ଆଜିଠାରୁ ମାଟ୍ରିକ ଖାତାଦେଖା

ଅନୁଗୋଳ ଅଫିସ, ୨୧।୫ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଅନୁଷ୍ଠିତ ମାଟ୍ରିକ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶନିବାରଠାରୁ ଆରମ୍ଭ ହେବ। ଅନୁଗୋଳ ହାଇସ୍କୁଲ କେନ୍ଦ୍ରରେ ପୂର୍ବାହ୍ନ ୧୦ଟାରୁ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ। ଏହା ଅପରାହ୍ନ ୫ଟା ଯାଏ ଚାଲିବ। ଏଥିଲାଗି ଜିଲାର ବିଭିନ୍ନ ବ୍ଲକରୁ ମୋଟ ୨୬୨ ବିଦ୍ୟାଳୟର ୨୨୯ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟୋଜିତ କରାଯାଇଥିବା ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଅନୁଗୋଳ ହାଇସ୍କୁଲଠାରେ ଖାତା ଦେଖିବା ପାଇଁ ମୋଟ୍‌ ୯ଟି ୟୁନିଟ କରାଯାଇଛି। ପ୍ରତି ୟୁନିଟ୍‌ରେ ଜଣେ ଲେଖାଏ ଚିଫ୍‌ ଏକ୍‌ଜାମିନର, ୨ ଜଣ ଡେପୁଟି ଚିଫ୍‌ ଏକ୍‌ଜାମିନର, ୨୪ ଜଣ ଆସିଷ୍ଟାଣ୍ଟ ଏକ୍‌ଜାମିନର ରହିବେ। ୱେବସାଇଟ୍‌ରେ ମାର୍କ ଅପଲୋଡ୍‌ କରିବା ଲାଗି ଦୁଇ ଜଣ ସ୍କୁଟିନାଇଜରଙ୍କୁ ନିଯୁକ୍ତ କରାଯାଇଛି। ସାହିତ୍ୟ, ଇଂଲିଶ, ହିନ୍ଦୀ, ସଂସ୍କୃତ, ଗଣିତ ବିଷୟ ପାଇଁ ୨୯ଜଣ ନିୟୋଜିତ ହୋଇଛନ୍ତି। ସେହିପରି ଅନ୍ୟ ବିଷୟ ଲାଗି ଜଣେ ଚିଫ୍‌ ଏକ୍‌ଜାମିନର, ୨ ଜଣ ଡେପୁଟି ଚିଫ୍‌ ଏକ୍‌ଜାମିନର, ୧୬ ଆସିଷ୍ଟାଣ୍ଟ, ଦୁଇ ଜଣ ସ୍କୁଟିନାଇଜରଙ୍କୁ ନିଯୁକ୍ତ କରାଯାଇଛି। ମୂଲ୍ୟାୟନ କାର୍ଯ୍ୟରେ ନିୟୋଜିତ ଶିକ୍ଷୟିତ୍ରୀଶିକ୍ଷକମାନେ ପୂର୍ବାହ୍ନ ୯.୧୫ରୁ ୯.୩୦ ମଧ୍ୟରେ କେନ୍ଦ୍ରକୁ ପ୍ରବେଶ କରିବେ। ସମସ୍ତ କାର୍ଯ୍ୟ ପରିଚାଳନା ଲାଗି ୨୧ ଜଣିଆ ଟିମଙ୍କୁ ନିୟୋଜିତ କରାଯିବ। ମୂଲ୍ୟାୟନ କେନ୍ଦ୍ରରେ ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri