ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ। ସନ୍ଧ୍ୟା ୬ଟା ଠାରୁ ବୋର୍ଡର ଦୁଇଟି ୱେବ୍‌ସାଇଟରେ ପରୀକ୍ଷା ଫଳ ଉପଲବ୍ଧ ହେବ। bseodisha.in ଏବଂ bseodisha.nic.in ୱେବ୍‌ସାଇଟରେ ଛାତ୍ରୀଛାତ୍ରମାନେ ନିଜ ରୋଲ୍‌ ନମ୍ବର ଦାଖଲ କରି ପରୀକ୍ଷା ଫଳ ଦେଖିପାରିବେ। ଏଥିସହ ଯେଉଁ ଅଞ୍ଚଳରେ ଇଣ୍ଟରନେଟ ସୁବିଧା ନ ଥିବା ଉକ୍ତ ଅଞ୍ଚଳର ଛାତ୍ରୀଛାତ୍ରମାନେ ମୋବାଇଲ ଫୋନ୍‌ରେ ଏସ୍‌ଏମ୍‌ଏସ୍‌ ଜରିଆରେ ମଧ୍ୟ ପରୀକ୍ଷା ଫଳ ଜାଣିପାରିବେ। ସେଥିପାଇଁ ଛାତ୍ରୀଛାତ୍ରଙ୍କୁ ମୋବାଇଲରେ OR01<Roll number> ଲେଖି ୫୬୭୬୭୫୦ ନମ୍ବରକୁ ଏସ୍‌ଏମ୍‌ଏସ୍‌ କରିବାକୁ ହେବ। ଏଥିସହିତ ଓଡ଼ିଶା ଓପନ ସ୍କୁଲ ସାର୍ଟିଫିକେଟ ଏବଂ ମଧ୍ୟମା ପରୀକ୍ଷା ୨୦୨୧ର ଫଳ ମଧ୍ୟ ପ୍ରକାଶ ପାଇବ।

ସୂଚନାଥାଉ କି, କୋଭିଡ-୧୯ର ଦ୍ୱିତୀୟ ଲହର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଦେଇଥିଲେ। ତେବେ ମାଟ୍ରିକ୍‌ ପରୀକ୍ଷା ଫଳ ପାଇଁ ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତିକୁ ଗତ ମାସରେ ବୋର୍ଡ ଅନୁମୋଦନ କରିଥିଲା। ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମୂଲ୍ୟାୟନ ହେବ ବୋଲି କୁହାଯାଇଥିଲା। ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତି ଅନୁସାରେ ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଏବଂ ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ୍‌ ପରୀକ୍ଷାରେ ପିଲା ରଖିଥିବା ମାର୍କକୁ ଆଧାର କରି ମୂଲ୍ୟାୟନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri