ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ। ସନ୍ଧ୍ୟା ୬ଟା ଠାରୁ ବୋର୍ଡର ଦୁଇଟି ୱେବ୍‌ସାଇଟରେ ପରୀକ୍ଷା ଫଳ ଉପଲବ୍ଧ ହେବ। bseodisha.in ଏବଂ bseodisha.nic.in ୱେବ୍‌ସାଇଟରେ ଛାତ୍ରୀଛାତ୍ରମାନେ ନିଜ ରୋଲ୍‌ ନମ୍ବର ଦାଖଲ କରି ପରୀକ୍ଷା ଫଳ ଦେଖିପାରିବେ। ଏଥିସହ ଯେଉଁ ଅଞ୍ଚଳରେ ଇଣ୍ଟରନେଟ ସୁବିଧା ନ ଥିବା ଉକ୍ତ ଅଞ୍ଚଳର ଛାତ୍ରୀଛାତ୍ରମାନେ ମୋବାଇଲ ଫୋନ୍‌ରେ ଏସ୍‌ଏମ୍‌ଏସ୍‌ ଜରିଆରେ ମଧ୍ୟ ପରୀକ୍ଷା ଫଳ ଜାଣିପାରିବେ। ସେଥିପାଇଁ ଛାତ୍ରୀଛାତ୍ରଙ୍କୁ ମୋବାଇଲରେ OR01<Roll number> ଲେଖି ୫୬୭୬୭୫୦ ନମ୍ବରକୁ ଏସ୍‌ଏମ୍‌ଏସ୍‌ କରିବାକୁ ହେବ। ଏଥିସହିତ ଓଡ଼ିଶା ଓପନ ସ୍କୁଲ ସାର୍ଟିଫିକେଟ ଏବଂ ମଧ୍ୟମା ପରୀକ୍ଷା ୨୦୨୧ର ଫଳ ମଧ୍ୟ ପ୍ରକାଶ ପାଇବ।

ସୂଚନାଥାଉ କି, କୋଭିଡ-୧୯ର ଦ୍ୱିତୀୟ ଲହର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଦେଇଥିଲେ। ତେବେ ମାଟ୍ରିକ୍‌ ପରୀକ୍ଷା ଫଳ ପାଇଁ ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତିକୁ ଗତ ମାସରେ ବୋର୍ଡ ଅନୁମୋଦନ କରିଥିଲା। ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମୂଲ୍ୟାୟନ ହେବ ବୋଲି କୁହାଯାଇଥିଲା। ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତି ଅନୁସାରେ ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଏବଂ ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ୍‌ ପରୀକ୍ଷାରେ ପିଲା ରଖିଥିବା ମାର୍କକୁ ଆଧାର କରି ମୂଲ୍ୟାୟନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri