ଫ୍ୟାନ୍‌ରେ ଝୁଲିପଡ଼ିଲେ ମାଟ୍ରିକ ଛାତ୍ର

ଧାମନଗର,୨୩ା୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଜାହାଙ୍ଗୀର ଶାସନ ରାଢ଼ୋ ଗ୍ରାମରେ ଶୁକ୍ରବାର ସକାଳେ ଜଣେ ମାଟ୍ରିକ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ର ଜଣକ ହେଲେ ଅଭିଷେକ ପଣ୍ଡା (୧୬)। ଅଭିଷେକଙ୍କ ଘର ମୟୂରଭଞ୍ଜ ଜିଲା ଉଦଳା ଗ୍ରାମର। ସେ ଧାମନଗର ଥାନା ଜାହାଙ୍ଗୀର ଶାସନ ରାଢ଼ୋ ଗ୍ରାମର ମାଉସୀ-ମଉସା ଲକ୍ଷ୍ମୀଧର ଦାଶଙ୍କ ଘରେ ରହି ଜାହାଙ୍ଗୀର ହାଇସ୍କୁଲରେ ପାଠ ପଢୁଥିଲେ। ମାଟ୍ରିକ ପରୀକ୍ଷା ସେଣ୍ଟର ତାଙ୍କର ନଦୀ ଗାଁ ହାଇସ୍କୁଲ ହୋଇଥିଲା। ଅଭିଷେକ ମାଉସୀ ଘର ଫ୍ୟାନ୍‌ରେ ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ସକାଳୁ ମାଉସୀ ଘର ଲୋକ ଦେଖିଥିଲେ। ଅଭିଷେକଙ୍କ ମାଉସୀ ଅଳକା ଦାଶଙ୍କ ଅଭିଯୋଗ କ୍ରମେ ଧାମନଗର ଥାନାରେ କେସ୍‌ ନଂ ୩/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri