୧୦୪ କେନ୍ଦ୍ରରେ ପରୀକ୍ଷା ଦେବେ ମାଟ୍ରିକ ଛାତ୍ରୀଛାତ୍ର

କେନ୍ଦ୍ରାପଡ଼ା ଅଫିସ,୨୯ା୪: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶୁକ୍ରବାର ହେବ। ଏହି ପରୀକ୍ଷା ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଜିଲାର ୧୦୪ ପରୀକ୍ଷା କେନ୍ଦ୍ରରେ ମୋଟ ୨୧,୬୨୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୨୦,୫୫୪ ଜଣ ପରୀକ୍ଷାର୍ଥୀ ରେଗୁଲାର ଥିବାବେଳେ ୧୧୦ ଜଣ ଏକ୍ସ ରେଗୁଲାର ଅଛନ୍ତି। ୧୦୪ ପରୀକ୍ଷା କେନ୍ଦ୍ର ପାଇଁ ୮୯୯ ଶିକ୍ଷା ନିରୀକ୍ଷକ, ୪୪୯ କର୍ମଚାରୀ ଓ ୨୨୫ ରିଲିଭରଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ୧୦୪ ଜଣ ସୁପରିଣ୍ଟେଣ୍ଡେଣ୍ଟ ଓ ୯୯ ଜଣ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କୁ ମଧ୍ୟ ବିଭିନ୍ନ କେନ୍ଦ୍ର ନିମନ୍ତେ ନିଯୁକ୍ତି ଦିଆଯାଇଛି। ଏହିପରି ସମୁଦାୟ ୧୭୭୫ ଜଣ କର୍ମଚାରୀଙ୍କୁ ବିଭିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ବିଭାଗ ପକ୍ଷରୁ ନିଯୁକ୍ତି ମିଳିଛି। କପି ରୋକିବା ନିମନ୍ତେ ୫ ସ୍ତରୀୟ ସ୍କ୍ବାଡ୍‌ର ବ୍ୟବସ୍ଥା କରାଯାଇଛି। କଟକ ବୋର୍ଡରୁ ଗୋଟିଏ ସ୍କ୍ବାଡ୍‌ ଜିଲାକୁ ଆସିବାର ବ୍ୟବସ୍ଥା ହୋଇଛି। ଏଥିସହ ପ୍ରତ୍ୟେକ ବ୍ଲକ ନିମନ୍ତେ ଗୋଟିଏ ସ୍ବତନ୍ତ୍ର ସ୍କ୍ବାଡ୍‌ ରହିବାର ବନ୍ଦୋବସ୍ତ ହୋଇଛି। ମାର୍ଶାଘାଇ ବ୍ଲକର ମାର୍ଶାଘାଇ ଉଚ୍ଚ ବିଦ୍ୟାଳୟ, କେନ୍ଦ୍ରାପଡ଼ାର ବାଲିଆ ହାଇସ୍କୁଲ ସହ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ଗରଦପୁର ବ୍ଲକର ପାଟକୁରା ହାଇସ୍କୁଲ, ପଟ୍ଟାମୁଣ୍ଡାଇ ବ୍ଲକର କଷଣଅଣ୍ଟା ପଞ୍ଚାୟତ ହାଇସ୍କୁଲ, ଆଳି ବ୍ଲକର ଆଳି ହାଇସ୍କୁଲ, ରାଜନଗର ବ୍ଲକର ରାଜନଗର ହାଇସ୍କୁଲ, ମହାକାଳପଡ଼ାର କେୟାରବାଙ୍କ ହାଇସ୍କୁଲ ଓ ରାଜକନିକା ବ୍ଲକର ରାଜେନ୍ଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟକୁ ନୋଡାଲ ସେଣ୍ଟର ଭାବେ ସ୍ଥିର କରାଯାଇଛି। ଏହି ସବୁ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ସବୁ ରଖାଯିବ। ପରୀକ୍ଷା କେନ୍ଦ୍ର ମଧ୍ୟକୁ ମୋବାଇଲ୍‌ ନିଷିଦ୍ଧ କରାଯିବା ସହ ସିସିଟିଭି ନଜରରେ ପରୀକ୍ଷା ପରିଚାଳିତ ହେବ ବୋଲି ଜିଲା ପରୀକ୍ଷା ପରିଚାଳନା ଅଧିକାରୀ ନିଶିଥ କୁମାର ବାରିକ ସୂଚନା ଦେଇଛନ୍ତି। ଏଥିସହିତ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଶାନ୍ତିଶୃଙ୍ଖଳା ରଖିବା ନିମନ୍ତେ ପ୍ରତି କେନ୍ଦ୍ରରେ ପୋଲିସ ମୁତୟନ ହେବାର ବନ୍ଦୋବସ୍ତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri