୧୦୪ କେନ୍ଦ୍ରରେ ପରୀକ୍ଷା ଦେବେ ମାଟ୍ରିକ ଛାତ୍ରୀଛାତ୍ର

କେନ୍ଦ୍ରାପଡ଼ା ଅଫିସ,୨୯ା୪: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶୁକ୍ରବାର ହେବ। ଏହି ପରୀକ୍ଷା ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଜିଲାର ୧୦୪ ପରୀକ୍ଷା କେନ୍ଦ୍ରରେ ମୋଟ ୨୧,୬୨୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୨୦,୫୫୪ ଜଣ ପରୀକ୍ଷାର୍ଥୀ ରେଗୁଲାର ଥିବାବେଳେ ୧୧୦ ଜଣ ଏକ୍ସ ରେଗୁଲାର ଅଛନ୍ତି। ୧୦୪ ପରୀକ୍ଷା କେନ୍ଦ୍ର ପାଇଁ ୮୯୯ ଶିକ୍ଷା ନିରୀକ୍ଷକ, ୪୪୯ କର୍ମଚାରୀ ଓ ୨୨୫ ରିଲିଭରଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ୧୦୪ ଜଣ ସୁପରିଣ୍ଟେଣ୍ଡେଣ୍ଟ ଓ ୯୯ ଜଣ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କୁ ମଧ୍ୟ ବିଭିନ୍ନ କେନ୍ଦ୍ର ନିମନ୍ତେ ନିଯୁକ୍ତି ଦିଆଯାଇଛି। ଏହିପରି ସମୁଦାୟ ୧୭୭୫ ଜଣ କର୍ମଚାରୀଙ୍କୁ ବିଭିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ବିଭାଗ ପକ୍ଷରୁ ନିଯୁକ୍ତି ମିଳିଛି। କପି ରୋକିବା ନିମନ୍ତେ ୫ ସ୍ତରୀୟ ସ୍କ୍ବାଡ୍‌ର ବ୍ୟବସ୍ଥା କରାଯାଇଛି। କଟକ ବୋର୍ଡରୁ ଗୋଟିଏ ସ୍କ୍ବାଡ୍‌ ଜିଲାକୁ ଆସିବାର ବ୍ୟବସ୍ଥା ହୋଇଛି। ଏଥିସହ ପ୍ରତ୍ୟେକ ବ୍ଲକ ନିମନ୍ତେ ଗୋଟିଏ ସ୍ବତନ୍ତ୍ର ସ୍କ୍ବାଡ୍‌ ରହିବାର ବନ୍ଦୋବସ୍ତ ହୋଇଛି। ମାର୍ଶାଘାଇ ବ୍ଲକର ମାର୍ଶାଘାଇ ଉଚ୍ଚ ବିଦ୍ୟାଳୟ, କେନ୍ଦ୍ରାପଡ଼ାର ବାଲିଆ ହାଇସ୍କୁଲ ସହ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ଗରଦପୁର ବ୍ଲକର ପାଟକୁରା ହାଇସ୍କୁଲ, ପଟ୍ଟାମୁଣ୍ଡାଇ ବ୍ଲକର କଷଣଅଣ୍ଟା ପଞ୍ଚାୟତ ହାଇସ୍କୁଲ, ଆଳି ବ୍ଲକର ଆଳି ହାଇସ୍କୁଲ, ରାଜନଗର ବ୍ଲକର ରାଜନଗର ହାଇସ୍କୁଲ, ମହାକାଳପଡ଼ାର କେୟାରବାଙ୍କ ହାଇସ୍କୁଲ ଓ ରାଜକନିକା ବ୍ଲକର ରାଜେନ୍ଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟକୁ ନୋଡାଲ ସେଣ୍ଟର ଭାବେ ସ୍ଥିର କରାଯାଇଛି। ଏହି ସବୁ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ସବୁ ରଖାଯିବ। ପରୀକ୍ଷା କେନ୍ଦ୍ର ମଧ୍ୟକୁ ମୋବାଇଲ୍‌ ନିଷିଦ୍ଧ କରାଯିବା ସହ ସିସିଟିଭି ନଜରରେ ପରୀକ୍ଷା ପରିଚାଳିତ ହେବ ବୋଲି ଜିଲା ପରୀକ୍ଷା ପରିଚାଳନା ଅଧିକାରୀ ନିଶିଥ କୁମାର ବାରିକ ସୂଚନା ଦେଇଛନ୍ତି। ଏଥିସହିତ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଶାନ୍ତିଶୃଙ୍ଖଳା ରଖିବା ନିମନ୍ତେ ପ୍ରତି କେନ୍ଦ୍ରରେ ପୋଲିସ ମୁତୟନ ହେବାର ବନ୍ଦୋବସ୍ତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri