ଆଜିଠାରୁ ୨ କେନ୍ଦ୍ରରେ ମାଟ୍ରିକ୍‌ ଖାତା ଦେଖା

କେନ୍ଦ୍ରାପଡ଼ା ଅଫିସ, ୨୧ା୫: ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଖାତା ଦେଖା ଶନିବାରଠାରୁ ଆରମ୍ଭ ହେଉଛି। କେନ୍ଦ୍ରାପଡ଼ା ଜିଲାର ୨ଟି କେନ୍ଦ୍ରରେ ଖାତା ଦେଖାଯିବା ପାଇଁ ପ୍ରସ୍ତୁତି ଶୁକ୍ରବାର ସୁଦ୍ଧା ଶେଷ ହୋଇଛି। ଏପ୍ରିଲ ୨୯ରୁ ମେ ୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ହୋଇଥିଲା। ଚଳିତବର୍ଷ ଜିଲାର ୧୦୪ କେନ୍ଦ୍ରରେ ମୋଟ ୨୨ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଥିଲେ। କେନ୍ଦ୍ରାପଡ଼ା ସରକାରୀ ବାଳିକା ବିଦ୍ୟାଳୟ ଓ ପଟ୍ଟାମୁ୍‌ଣ୍ଡାଇ କଷଣଅଣ୍ଟା ପଞ୍ଚାୟତ ହାଇସ୍କୁଲରେ ଖାତା ଦେଖା ହେବ। ଏଥିପାଇଁ ୪୫୮ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ଏହି ଦୁଇ ସେଣ୍ଟରରେ ୨ ଜଣ ଲେଖା ସୁପରଭାଇଜର ନିଯୁକ୍ତି ପାଇଛନ୍ତି। ଖାତା ଦେଖା ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ହେବ। ସେହିପରି ୬ ଜଣ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିଯୁକ୍ତି ମିଳିଛି। ଖାତା ଦେଖା କେନ୍ଦ୍ର ମଧ୍ୟକୁ ମୋବାଇଲ ବାରଣ ହୋଇଛି। ଏଥିସହ ସମଗ୍ର କେନ୍ଦ୍ରକୁ ସିସିଟିଭି ସର୍ଭିଲାନ୍ସ ମଧ୍ୟରେ ରଖିବାକୁ ବ୍ୟବସ୍ଥା ହୋଇଛି। ସମୁଦାୟ ୬ଟି ବିଷୟକୁ ୯ଟି ୟୁନିଟ୍‌ ଭାବେ ଗ୍ରହଣ କରାଯାଇ ପରୀକ୍ଷକ ନିଯୁକ୍ତ କରାଯାଇଥିବା ଜିଲା ଶିକ୍ଷାଧିକାରୀ ସଞ୍ଜୟ କୁମାର ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri