ଆଜିଠାରୁ ୨ କେନ୍ଦ୍ରରେ ମାଟ୍ରିକ୍‌ ଖାତା ଦେଖା

କେନ୍ଦ୍ରାପଡ଼ା ଅଫିସ, ୨୧ା୫: ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଖାତା ଦେଖା ଶନିବାରଠାରୁ ଆରମ୍ଭ ହେଉଛି। କେନ୍ଦ୍ରାପଡ଼ା ଜିଲାର ୨ଟି କେନ୍ଦ୍ରରେ ଖାତା ଦେଖାଯିବା ପାଇଁ ପ୍ରସ୍ତୁତି ଶୁକ୍ରବାର ସୁଦ୍ଧା ଶେଷ ହୋଇଛି। ଏପ୍ରିଲ ୨୯ରୁ ମେ ୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ହୋଇଥିଲା। ଚଳିତବର୍ଷ ଜିଲାର ୧୦୪ କେନ୍ଦ୍ରରେ ମୋଟ ୨୨ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଥିଲେ। କେନ୍ଦ୍ରାପଡ଼ା ସରକାରୀ ବାଳିକା ବିଦ୍ୟାଳୟ ଓ ପଟ୍ଟାମୁ୍‌ଣ୍ଡାଇ କଷଣଅଣ୍ଟା ପଞ୍ଚାୟତ ହାଇସ୍କୁଲରେ ଖାତା ଦେଖା ହେବ। ଏଥିପାଇଁ ୪୫୮ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ଏହି ଦୁଇ ସେଣ୍ଟରରେ ୨ ଜଣ ଲେଖା ସୁପରଭାଇଜର ନିଯୁକ୍ତି ପାଇଛନ୍ତି। ଖାତା ଦେଖା ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ହେବ। ସେହିପରି ୬ ଜଣ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିଯୁକ୍ତି ମିଳିଛି। ଖାତା ଦେଖା କେନ୍ଦ୍ର ମଧ୍ୟକୁ ମୋବାଇଲ ବାରଣ ହୋଇଛି। ଏଥିସହ ସମଗ୍ର କେନ୍ଦ୍ରକୁ ସିସିଟିଭି ସର୍ଭିଲାନ୍ସ ମଧ୍ୟରେ ରଖିବାକୁ ବ୍ୟବସ୍ଥା ହୋଇଛି। ସମୁଦାୟ ୬ଟି ବିଷୟକୁ ୯ଟି ୟୁନିଟ୍‌ ଭାବେ ଗ୍ରହଣ କରାଯାଇ ପରୀକ୍ଷକ ନିଯୁକ୍ତ କରାଯାଇଥିବା ଜିଲା ଶିକ୍ଷାଧିକାରୀ ସଞ୍ଜୟ କୁମାର ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri