Posted inଜାତୀୟ

ମହିଳା ଖଣ୍ଡପୀଠରେ ବୈବାହିକ ମାମଲା

ନୂଆଦିଲ୍ଲୀ,୨ା୧୨: ୪ ବର୍ଷର ବ୍ୟବଧାନ ପରେ ସୁପ୍ରିମକୋର୍ଟ ଏକ ଖଣ୍ଡପୀଠ ଗଠନ କରିଛନ୍ତି, ଯେଉଁଠି ୨ ଜଣ ମହିଳା ବିଚାରପତି ବୈବାହିକ ବିବାଦ ଓ ଜାମିନ ପ୍ରସଙ୍ଗରେ ସ୍ଥାନାନ୍ତର ଆବେଦନର ଶୁଣାଣି କରିବେ। ୨ ମହିଳା ବିଚାରପତି ହେଲେ ଜଷ୍ଟିସ୍‌ ହିମା କୋହଲି ଏବଂ ଜଷ୍ଟିସ୍‌ ବେଲା ଏମ୍‌. ତ୍ରିବେଦୀ। ମହିଳା ବିଚାରପତି ଦ୍ୱୟଙ୍କ ଖଣ୍ଡପୀଠ ଗୁରୁବାର ସର୍ବୋଚ୍ଚ ଅଦାଲତଙ୍କ କୋର୍ଟ ନଂ.୧୧ରେ ଶୁଣାଣି କରିଥିଲେ। ପୂର୍ବରୁ ତାଲିକାଭୁକ୍ତ ହୋଇଥିବା ୩୨ଟି ମାମଲା ହାତକୁ ନେଇଥିଲେ। ତହିଁରୁ ବୈବାହିକ ବିବାଦ ଓ ଜାମିନ ସମ୍ପର୍କିତ ୧୦ଟି ଲେଖାଏ ଟ୍ରାନ୍ସଫର ପିଟିଶନର ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ଏହା ହେଉଛି ଏହି ଧରଣର ତୃତୀୟ ଖଣ୍ଡପୀଠ। ପୂର୍ବରୁ ୨୦୧୩ରେ ଜଷ୍ଟିସ୍‌ ଜ୍ଞାନସୁଧା ମିଶ୍ରା ଓ ଜଷ୍ଟିସ୍‌ ରଞ୍ଜନା ପ୍ରକାଶ ଦେଶାଇ ଏବଂ ୨୦୧୮ରେ ଜଷ୍ଟିସ୍‌ ଆର୍‌. ଭାନୁମତି ଓ ଇନ୍ଦିରା ବାନାର୍ଜୀଙ୍କୁ ନେଇ କେବଳ ମହିଳାଙ୍କ ଖଣ୍ଡପୀଠ ଗଠିତ ହୋଇଥିଲା। ସୁପ୍ରିମକୋର୍ଟରେ ପ୍ରଥମ ୩୯ ବର୍ଷ ଧରି କୌଣସି ମହିଳା ବିଚାରପତି ନ ଥିଲେ। ୧୯୮୯ରେ ଜଷ୍ଟିସ୍‌ ଫାତିମା ବିବି ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟ ବିଚାରପତି ରୂପେ ପଦୋନ୍ନତି ପାଇଥିଲେ। ସେହିପରି ଗତ ୭୨ ବର୍ଷର ଇତିହାସରେ ସର୍ବୋଚ୍ଚ ଅଦାଲତରେ ମାତ୍ର ୧୧ ମହିଳା ବିଚାରପତି ନିଯୁକ୍ତ ହୋଇଛନ୍ତି। ୧୯୫୦ରେ ସୁପ୍ରିମକୋର୍ଟ ପ୍ରତିଷ୍ଠା ହେବା ପରଠାରୁ ଅଦ୍ୟାବଧି କେବେହେଲେ ଏକକାଳୀନ ୪ରୁ ଊର୍ଦ୍ଧ୍ୱ ମହିଳା ବିଚାରପତି ରହିନାହାନ୍ତି। ବର୍ତ୍ତମାନ ଜଷ୍ଟିସ୍‌ କୋହଲି, ଜଷ୍ଟିସ୍‌ ତ୍ରିବେଦୀ ଏବଂ ଜଷ୍ଟିସ୍‌ ବି.ଭି. ନାଗରନତ୍ ମହିଳା ବିଚାରପତି ଅଛନ୍ତି। ଜଷ୍ଟିସ୍‌ ନାଗରନତ୍ ୨୦୨୭ରେ ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି। ସୁପ୍ରିମକୋର୍ଟର ମୋଟ ବିଚାରପତିଙ୍କ ସଂଖ୍ୟା ୩୪ ରହିବା ସ୍ଥାନରେ ବର୍ତ୍ତମାନ ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ମିଶାଇ ମାତ୍ର ୨୭ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?