ଦମ୍ପତି ଆତ୍ମହତ୍ୟା ଘଟଣା: ଅନାଥ ଭାଇ-ଭଉଣୀଙ୍କୁ ସରକାରୀ ସହାୟତା ଦାବି

ପୁରୁଷୋତ୍ତମପୁର,୨୧।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କେ.ଏନ.ପୁର ପଞ୍ଚାୟତର ଖାଜିପଲ୍ଲୀ ଗ୍ରାମରେ ରବିବାର ଏକ ଦମ୍ପତି ସନ୍ତୋଷ ସାହୁ(୪୦) ଓ ସସ୍ମୀତା ସାହୁ ( ୩୩) ଆତ୍ମହତ୍ୟା କରିଥିଲେ। ଶୋକାକୁଳ ପରିବେଶ ମଧ୍ୟରେ ସୋମବାର ପତ୍ନୀପତିଙ୍କ ଜୁଇ ଗାଁ ଶ୍ମଶାନରେ ଜଳିଛ। ତାଙ୍କର ନିଷ୍ପାପ ଶିଶୁପୁତ୍ର ଶୁଭମ(୮ ବର୍ଷ) ବାପା-ମା’ଙ୍କ ମୁହଁରେ ନିଆଁ ଦେବା ବେଶ୍‌ ହୃଦୟ ବିଦାରକ ଥିଲା। ବାପା-ମା’ଙ୍କୁ ହରାଇ ଶୁଭମ ଓ ତାର ଭଉଣୀ ସୋନାଲି (୧୨) ଭୋ ଭୋ ହୋଇ କାନ୍ଦୁଛନ୍ତି। ଅନାଥ ହୋଇ ଦୁହେଁ ସମ୍ପୂର୍ଣ୍ଣ ବେସାହାରା ହୋଇ ପଡିଥିବା ଶିଶୁଦ୍ବୟ କିପରି ବଞ୍ଚିବେ, କ’ଣ ଖାଇବେ କେମିତି ପାଠ ପଢିବେ ତାହା ଗ୍ରାମବାସୀଙ୍କ ଲାଗି ଚିନ୍ତାର କାରଣ ପାଲଟିଛି।

ଏଣୁ ଏ ଦିଗରେ ସରକାର, ଜିଲାପ୍ରଶାସନ ଓ ଶିଶୁ ସୁରକ୍ଷା ବିଭାଗ ଦୃଷ୍ଟିଦେଇ ଅନାଥ ଭାଇଭଉଣୀଙ୍କୁ ସହାୟତାର ହାତ ବଢାଇବାକୁ ନିବେଦନ କରିଛନ୍ତି। ଏଭଳି ସ୍ଥିତିରେ ସମାଜସେବୀ ଏନ ରାମଚନ୍ଦ୍ର ରେଡି ସହାୟତାର ହାତ ବଢାଇ କିଛି ଆର୍ଥିକ ସହାୟତା ଯୋଗାଇଦେଇଥିବା ବେଳେ ସେମାନଙ୍କ ପାଠପଢିବା ଦାୟିତ୍ୱ ନେବାକୁ କହିଥିବାବେଳେ ସରପଞ୍ଚ ରାଜଲକ୍ଷ୍ମୀ ବେହେରା ପଞ୍ଚାୟତ ପକ୍ଷରୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।

ଅପରପକ୍ଷରେ ଏହାକୁ ନେଇ ପୁରୁଷୋତ୍ତମପୁର ପୋଲିସ ଥାନା ଅପମୃତ୍ୟୁ ମାମଲା (ନଂ ୧୬/୨୪) ରୁଜୁ କରିଛି। ସୋମବାର ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ କରିଛନ୍ତି। ପାରିବାରିକ କଳହରୁ ପ୍ରଥମେ ସ୍ତ୍ରୀ ସସ୍ମିତା ବିଷ ପିଇଦେଇଥିବା ବେଳେ ଏହାକୁ ଦେଖି କାଳେ କେସପତ୍ର ହେବାର ଭୟଭୀତ ହୋଇ ସ୍ବାମୀ ସନ୍ତୋଷ ମଧ୍ୟ ଫାଶୀଦେଇ ଆତ୍ମହତ୍ୟା କରିଥିବାର ସନ୍ଦେହ କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ଥାନା ଏସଆଇ ଶୁଶାନ୍ତ କୁମାର ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?