ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି ଓ ଭୟଭୀତ କରିବା ଭଳି ଅପରାଧରେ ସମ୍ପୃକ୍ତ ଅପରାଧୀ ବିଜୟ ପରିଡ଼ା ଓରଫ ’ହଟିଆ’ (୩୪) ଓ ସହଯୋଗୀ ବିଜନ ବେହେରା (୩୮)ଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ଏକ ସ୍କୁଟି, ତେଲେଙ୍ଗା କାତି, ୬ଟି ମୋବାଇଲ ଫୋନ ଏବଂ ନଗଦ ୬,୧୦୦ ଟଙ୍କା ଜବତ କରାଯାଇଛି।
ଶୁକ୍ରବାର ପରଜଙ୍ଗ ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କାମାକ୍ଷାନଗର ଏସ୍‌ଡିପିଓ ଚିତ୍ତରଞ୍ଜନ ବେହେରା ଏ ନେଇ ସୂଚନା ଦେଇଛନ୍ତି।
ଗୁରୁବାର ମଧ୍ୟାହ୍ନରେ ମହାବିରୋଡ଼ ଥାନା ଅଧୀନ କରଡ଼ାଖମଣ ଗ୍ରାମର ଯଶୋବନ୍ତ ସିଂ ତାଳଚେରରୁ ନିଜ ଘରକୁ ଫେରୁଥିବା ବେଳେ ୧୪୯ ନମ୍ବର ଜାତୀୟ ରାଜପଥର ଦୋମୁହାଣୀ ଛକ ନିକଟରେ ଏକ ସ୍କୁଟିରେ ଆସିଥିବା ୨ ଯୁବକ ତାଙ୍କୁ ଅଟକାଇଥିଲେ। ମାରଣାସ୍ତ୍ର ଦେଖାଇ ତାଙ୍କଠାରୁ ଦୁଇଟି ଦାମୀ ମୋବାଇଲ ଫୋନ ଓ କିଛି ନଗଦ ଟଙ୍କା ଲୁଟି ଫେରାର ହୋଇଯାଇଥିଲେ।
ଯଶୋବନ୍ତ ପରଜଙ୍ଗ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ନଂ. ୪୨୩/୨୬ ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ଥାନାଧିକାରୀଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଗୁରୁବାର ରାତିରେ ଦଦରାଘାଟି ଫାଣ୍ଡି ଅଧୀନ ଦୋମୁହାଣୀ ଗେହ୍ଲେଇପଶି ସାହିରୁ ବିଜୟ ପରିଡ଼ା ଓ ତାଙ୍କ ସହଯୋଗୀ ବିଜନ ବେହେରାଙ୍କୁ ଗିରଫ କରାଯାଇଥିଲା। ଶୁକ୍ରବାର ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ଗତ ମେ’ ୨୩ ତାରିଖ ରାତିରେ ପରମହଂସପୁର ଗ୍ରାମର ଦୁର୍ଯ୍ୟୋଧନ ସାହୁଙ୍କ ଘରେ ହୋଇଥିବା ଚୋରି ଘଟଣାରେ ମଧ୍ୟ ଉଭୟଙ୍କ ସମ୍ପୃକ୍ତି ଥିବା ସ୍ବୀକାର କରିଥିବା ପୋଲିସ କହିଛି। ଏହି ଘଟଣାରେ ପୂର୍ବରୁ ମାମଲା ନଂ. ୩୨୩/୨୬ ରୁଜୁ ହୋଇଥିଲା।
ପୋଲିସ ସୂଚନା ଅନୁଯାୟୀ, ମୁଖ୍ୟ ଅଭିଯୁକ୍ତ ବିଜୟ ପରିଡ଼ାଙ୍କ ନାମରେ ଢେଙ୍କାନାଳ ଓ ଅନୁଗୋଳ ଜିଲାର ବିଭିନ୍ନ ଥାନାରେ ୫୫ଟି ମାମଲା ରହିଛି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି, ଲୁଟ୍‌ ଟଙ୍କାରେ ସେମାନେ ମଉଜମସ୍ତିରେ ଖର୍ଚ୍ଚ କରୁଥିଲେ।
ଖବରଦାତା ସମ୍ମିଳନୀରେ ପରଜଙ୍ଗ ଥାନାଧିକାରୀ ସୁବ୍ରତ କୁମାର ସାହୁ, ଏଏସ୍‌ଆଇ ଯୁଗଳ ପ୍ରଧାନ, ଜଳନ୍ଧର ବାରିକ ଓ ଦଦରାଘାଟି ଫାଣ୍ଡି ଅଧିକାରୀ ଅଜୟ ସାମଲ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri