Posted inଖେଳ

ଭର୍ଷ୍ଟାପେନ ଜିତିଲେ ଆନିଭର୍ସାରି ଗ୍ରାଁ ପ୍ରି

ସିଲଭରଷ୍ଟୋନ, ୧୦।୮-ରେଡବୁଲ ଡ୍ରାଇଭର ନେଦରଲାଣ୍ଡ୍ସର ମ୍ୟାକ୍ସ ଭର୍ଷ୍ଟାପେନ ରବିବାର ଏଠାରେ ଅନୁଷ୍ଠିତ ଫର୍ମୁଲାଓ୍ବାନର ୭୦ତମ ଆନିଭର୍ସାରି ଗ୍ରାଁ ପ୍ରି ରେସ୍‌ରେ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ଚାମ୍ପିୟନଶିପ୍‌ ଲିଡର ମର୍ସିଡିଜ୍‌ର ଲୁଇସ ହାମିଲଟନ ଦ୍ୱିତୀୟ ଏବଂ ତାଙ୍କ ଟିମ୍‌ମେଟ୍‌ ଭାଲଟେରି ବୋଟ୍ଟାସ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଫେରାରୀର ଚାଲର୍‌ସ ଲେକ୍‌ରେକ୍‌, ରେଡ୍‌ବୁଲ୍‌ର ଆଲେକଜାଣ୍ଡର ଆଲବନ୍‌, ରେସିଂ ପଏଣ୍ଟର ଲାନ୍ସ ଷ୍ଟ୍ରୋଲ, ନିକୋ ହକେନବର୍ଗ, ରେନଲ୍ଟର ଏଟେବନ ଓକନ, ମ୍ୟାକଲରେନର ଲାନ୍‌ଡୋ ନରିସ ଓ ଆଲ୍‌ଫା ଟୌରୀର ଡାନିଏଲ କ୍ୟାଟ୍‌ ଯଥାକ୍ରମେ ୪ର୍ଥରୁ ୧୦ମ ସ୍ଥାନ ଅଧିକାର କରିଛନ୍ତି। ଟପ୍‌-୧୦ ଫିନିଶ୍‌ କରିଥିବା ଡ୍ରାଇଭର ମାନଙ୍କୁ ଯଥାକ୍ରମେ ୨୫, ୧୯, ୧୫, ୧୨, ୧୦, ୮, ୬, ୪, ୨ ଓ ୧ ପଏଣ୍ଟ ମିଳିଛି। ଭର୍ଷ୍ଟାପେନଙ୍କ ପାଇଁ ୮ ରେସ୍‌ରୁ ଏହାଥିଲା ୭ମ ପୋଡିୟମ ଫିନିଶ୍‌। ଏହା ପୂର୍ବରୁ ସେ ଶେଷଥରପାଇଁ ୨୦୧୯ରେ ବ୍ରାଜିଲ ଗ୍ରାଁ ପ୍ରି ଜିତିଥିଲେ। ଫେରାରୀର ସେବାଷ୍ଟିଆନ ଭେଟେଲ, ମ୍ୟାକଲରେନର କାର୍ଲୋସ ସିଞ୍ଜ ଜୁନିୟର, ରେନଲ୍ଟର ଡାନିଏଲ ରିକୋର୍ଡୋ, ଆଲ୍‌ଫା ରୋମିଓର କିମି ରାଇକୋନେନ, ହାସ୍‌ର ରୋମାଇନ ଗ୍ରସଜେନ ପ୍ରମୁଖ ଯଥାକ୍ରମେ ୧୨ରୁ ୧୬ତମ ସ୍ଥାନରେ ସନ୍ତୁଷ୍ଟ ରହିଥିଲେ। ଆନିଭର୍ସାରି ରେସ୍‌ ପରେ ଲୁଇସ ହାମିଲଟନ ୧୦୭ ପଏଣ୍ଟ ସହିତ ଡ୍ରାଇଭର୍ସ ଷ୍ଟାଣ୍ଡିଂରେ ଶୀର୍ଷସ୍ଥାନ ବଜାୟ ରଖିଛନ୍ତି। ଭର୍ଷ୍ଟାପେନ ୭୭ ଓ ବୋଟ୍ଟାସ ୭୩ ପଏଣ୍ଟ ସହିତ ପରବର୍ତ୍ତୀ ୨ ସ୍ଥାନରେ ରହିଛନ୍ତି। କନ୍‌ଷ୍ଟ୍ରକ୍ଟର୍ସ ଷ୍ଟାଣ୍ଡିଂରେ ମର୍ସିଡିଜ୍‌ ୧୮୦ ଓ ରେଡ୍‌ବୁଲ୍‌ ୧୧୩ ପଏଣ୍ଟ ପାଇ ପ୍ରଥମ ୨ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri