ଅକ୍ଷୟ ଶକ୍ତି ବ୍ୟବହାରକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର,୨୪।୧: ବର୍ତ୍ତମାନ ସମୟରେ ଓଡ଼ଶା ସରକାର ଅକ୍ଷୟ ଶକ୍ତିକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏପରିକି ୨୦୨୭ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ରୁଫ୍‌ ଟପ୍‌ ସୋଲାର ପ୍ୟାନେଲ ସ୍ଥାପନ ପାଇଁ ଲକ୍ଷ୍ୟ ରଖାଯାଇଛି, ଯାହା ସବୁଜ ଶକ୍ତି ଆଡ଼କୁ ପରିବର୍ତ୍ତନରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବ। ସେହିଭଳି ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବା ପାଇଁ ରହିଥିବା ଜାତୀୟ ଲକ୍ଷ୍ୟ ସହିତ ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ବେଶ୍‌ ଗୁରୁତ୍ୱ ଓ ସମନ୍ବିତ ରହିଛି, ପରିବେଶ ଲାଭ ବ୍ୟତୀତ ଏହି ଯୋଜନା ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ କାର୍ବନ ଫୁଟପ୍ରିଣ୍ଟକୁ ହ୍ରାସ କରି ଦେଶର ସ୍ଥାୟିତ୍ୱ ପ୍ରୟାସକୁ ଆହୁରି ସୁଦୃଢ଼ କରିବ। ଉଲ୍ଲେଖଯୋଗ୍ୟ, ଛାତ ଉପରେ ସୌରଶକ୍ତି ପ୍ରକଳ୍ପ ସ୍ଥାପନ କରି ଅକ୍ଷୟ ଶକ୍ତିକୁ ସୁଲଭ ମୂଲ୍ୟରେ ଯୋଗାଇବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏପରିକି ଲୋକମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନା ହେଉଛି, ଭାରତ ସରକାରଙ୍କ ଏହା ଏକ ପ୍ରମୁଖ ଯୋଜନା। ଏପରିକି ସରକାରଙ୍କ ଏହି ପଦକ୍ଷେପ ଘରୋଇ ଛାତ ଉପରେ ସୌରଶକ୍ତି ସ୍ଥାପନ ପ୍ରକ୍ରିୟାକୁ ସରଳ କରିଛି, ସମଗ୍ର ଦେଶ ଓ ରାଜ୍ୟରେ ରୁଫ୍‌ଟପ୍‌ ସୋଲାର ସ୍ଥାପନକୁୁ ସୁଗମ କରିଥିବା ଏହି ଯୋଜନାର ଲକ୍ଷ୍ୟ ହେଉଛି, ଅକ୍ଷୟ ଶକ୍ତି କ୍ଷେତ୍ରରେ ବିପ୍ଳବ ଆଣିବା। ଅପରପକ୍ଷରେ ଆରଇସି ଲିମିଟେଡର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ଭେଣ୍ଡର ମିଟ୍‌ର ଆୟୋଜନ କରାଯାଇଥିଲା। ଏହି ଅବସରରେ ସୌରଶକ୍ତି ବିକ୍ରେତା ଏବଂ ଏସ୍‌ଏଲ୍‌ବିସିଙ୍କ ସମେତ ବ୍ୟାଙ୍କିଙ୍ଗ୍‌ ସହଯୋଗୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲର ସିଇଓ ଅରଭିନ୍ଦ୍‌ ସିଂହ ଏବଂ ଓରେଡାର ସିଇଓ ସାଇ ଦତ୍ତ ବିପ୍ଳବ କେଶରୀ ପ୍ରଧାନ ଏବଂ ଭୁବନେଶ୍ୱର ଆରଇସିର ସିପିଏମ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକ ପ୍ରମୁଖ ଅଂଶୀଦାରମାନଙ୍କ ପାଇଁ ଯୋଜନାର କାର୍ଯ୍ୟକାରିତା ଉପରେ ଥିବା ପ୍ରତିବନ୍ଧକଗୁଡ଼ିକୁ ସମାଧାନ କରିବା ଏବଂ ସମ୍ଭାବ୍ୟ ସମାଧାନ ଅନ୍ବେଷଣ କରି ଗଠନମୂଳକ ଆଲୋଚନାରେ ନିୟୋଜିତ ହେବା ପାଇଁ ଏକ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri