ଅକ୍ଷୟ ଶକ୍ତି ବ୍ୟବହାରକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର,୨୪।୧: ବର୍ତ୍ତମାନ ସମୟରେ ଓଡ଼ଶା ସରକାର ଅକ୍ଷୟ ଶକ୍ତିକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏପରିକି ୨୦୨୭ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ରୁଫ୍‌ ଟପ୍‌ ସୋଲାର ପ୍ୟାନେଲ ସ୍ଥାପନ ପାଇଁ ଲକ୍ଷ୍ୟ ରଖାଯାଇଛି, ଯାହା ସବୁଜ ଶକ୍ତି ଆଡ଼କୁ ପରିବର୍ତ୍ତନରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବ। ସେହିଭଳି ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବା ପାଇଁ ରହିଥିବା ଜାତୀୟ ଲକ୍ଷ୍ୟ ସହିତ ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ବେଶ୍‌ ଗୁରୁତ୍ୱ ଓ ସମନ୍ବିତ ରହିଛି, ପରିବେଶ ଲାଭ ବ୍ୟତୀତ ଏହି ଯୋଜନା ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ କାର୍ବନ ଫୁଟପ୍ରିଣ୍ଟକୁ ହ୍ରାସ କରି ଦେଶର ସ୍ଥାୟିତ୍ୱ ପ୍ରୟାସକୁ ଆହୁରି ସୁଦୃଢ଼ କରିବ। ଉଲ୍ଲେଖଯୋଗ୍ୟ, ଛାତ ଉପରେ ସୌରଶକ୍ତି ପ୍ରକଳ୍ପ ସ୍ଥାପନ କରି ଅକ୍ଷୟ ଶକ୍ତିକୁ ସୁଲଭ ମୂଲ୍ୟରେ ଯୋଗାଇବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏପରିକି ଲୋକମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନା ହେଉଛି, ଭାରତ ସରକାରଙ୍କ ଏହା ଏକ ପ୍ରମୁଖ ଯୋଜନା। ଏପରିକି ସରକାରଙ୍କ ଏହି ପଦକ୍ଷେପ ଘରୋଇ ଛାତ ଉପରେ ସୌରଶକ୍ତି ସ୍ଥାପନ ପ୍ରକ୍ରିୟାକୁ ସରଳ କରିଛି, ସମଗ୍ର ଦେଶ ଓ ରାଜ୍ୟରେ ରୁଫ୍‌ଟପ୍‌ ସୋଲାର ସ୍ଥାପନକୁୁ ସୁଗମ କରିଥିବା ଏହି ଯୋଜନାର ଲକ୍ଷ୍ୟ ହେଉଛି, ଅକ୍ଷୟ ଶକ୍ତି କ୍ଷେତ୍ରରେ ବିପ୍ଳବ ଆଣିବା। ଅପରପକ୍ଷରେ ଆରଇସି ଲିମିଟେଡର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ଭେଣ୍ଡର ମିଟ୍‌ର ଆୟୋଜନ କରାଯାଇଥିଲା। ଏହି ଅବସରରେ ସୌରଶକ୍ତି ବିକ୍ରେତା ଏବଂ ଏସ୍‌ଏଲ୍‌ବିସିଙ୍କ ସମେତ ବ୍ୟାଙ୍କିଙ୍ଗ୍‌ ସହଯୋଗୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲର ସିଇଓ ଅରଭିନ୍ଦ୍‌ ସିଂହ ଏବଂ ଓରେଡାର ସିଇଓ ସାଇ ଦତ୍ତ ବିପ୍ଳବ କେଶରୀ ପ୍ରଧାନ ଏବଂ ଭୁବନେଶ୍ୱର ଆରଇସିର ସିପିଏମ୍‌ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକ ପ୍ରମୁଖ ଅଂଶୀଦାରମାନଙ୍କ ପାଇଁ ଯୋଜନାର କାର୍ଯ୍ୟକାରିତା ଉପରେ ଥିବା ପ୍ରତିବନ୍ଧକଗୁଡ଼ିକୁ ସମାଧାନ କରିବା ଏବଂ ସମ୍ଭାବ୍ୟ ସମାଧାନ ଅନ୍ବେଷଣ କରି ଗଠନମୂଳକ ଆଲୋଚନାରେ ନିୟୋଜିତ ହେବା ପାଇଁ ଏକ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ…

ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?