ଦିନକରେ ସର୍ବାଧିକ ୭ ଲକ୍ଷ ପରୀକ୍ଷା

ନୂଆଦିଲ୍ଲୀ, ୧୦।୮(ପି.ଟି.): ଭାରତରେ ଗୋଟିଏ ଦିନରେ ରେକର୍ଡ ୭ ଲକ୍ଷରୁ ଅଧିକ କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଦେଶରେ ମୋଟ ନମୁନା ପରୀକ୍ଷା ସଂଖ୍ୟା ୨,୪୧,୦୬,୫୩୫ରେ ପହଞ୍ଚତ୍ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫୩,୮୭୯ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧୪,୮୦,୮୮୪ରେ ପହଞ୍ଚତ୍ବା ସହ ଦେଶରେ ଆରୋଗ୍ୟ ହାର ୬୮.୭୮%କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ମୃତ୍ୟୁହାର ମଧ୍ୟ ୨.୦୧ ପ୍ରତିଶତକୁ ହ୍ରାସ ପାଇଛି। ଶନିବାର ମୋଟ ୭,୧୯,୩୬୪ ନମୁନା ପରୀକ୍ଷା ହୋଇଛି, ଯାହାକି ଗୋଟିଏ ଦିନରେ ସର୍ବାଧିକ। ଭାରତରେ ୫୦୦ ସରକାରୀ ଓ ଘରୋଇ ଲାବରେଟୋରୀରେ କୋଭିଡ୍‌ ପରୀକ୍ଷା କରାଯାଉଛି। କିଛିଦିନ ହେଲା ଦୈନିକ ୬ ଲକ୍ଷ ନମୁନା ପରୀକ୍ଷା ହେଉଥିଲା।
ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪,୩୯୯ କରୋନା ପଜିଟିଭ୍‌ ଚିହ୍ନଟ ହେବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ରବିବାର ୨୧ ଲକ୍ଷ ଅତିକ୍ରମ କରିଛି। ଗୋଟିଏ ଦିନରେ ୮୬୧ ଜଣଙ୍କ ମୃତ୍ୟୁ ହେବା ସହ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୪୩,୩୭୯ରେ ପହଞ୍ଚତ୍ଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୫୩,୦୧୦ରେ ପହଞ୍ଚତ୍ଥିବାବେଳେ ଏବେ ଆକ୍ଟିଭ୍‌ ମାମଲା ୬,୨୮,୭୪୭ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri