ଆଜି ହୋଇପାରେ ମେଣ୍ଟ ଘୋଷଣା

ଭୁବନେଶ୍ୱର,୭ା୩ (ଅନିଲ ଦାସ):ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଏବଂ ଭାଜପା ମେଣ୍ଟ ଗଠନକୁ ନେଇ ୨ ଦିନ ହେବ ଚର୍ଚ୍ଚା ଲାଗିରହିଛି। ବୁଧବାର ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ଓ ସନ୍ଧ୍ୟାରେ ଦିଲ୍ଲୀରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଭାଜପା ନେତାଙ୍କ କୋର୍‌ କମିଟି ବୈଠକ ହୋଇଥିଲା। ତେବେ ବୈଠକରେ କ’ଣ ନିଷ୍ପତ୍ତି ହୋଇଛି ସେ ନେଇ ଉଭୟ ଦଳ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଅନ୍ୟପକ୍ଷରେ ଗୁରୁବାର ସନ୍ଧ୍ୟାରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ନୂଆଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି। ଆସନ ବୁଝାମଣା ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚୂଡ଼ାନ୍ତ ନିଷ୍ପତ୍ତି ସମ୍ପର୍କରେ ଭାଜପାର ରାଷ୍ଟ୍ରୀୟ ନେତାଙ୍କ ସହ ଆଲୋଚନା କରିବା ନେଇ ଉଭୟେ ଦିଲ୍ଲୀ ଗସ୍ତ କରିଥିବା କୁହାଯାଉଛି।
ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବା କେବଳ ଔପଚାରିକ ଘୋଷଣା ବାକି ରହିଛି। ଆସନ ବୁଝାମଣା ଚୂଡ଼ାନ୍ତ ହେବା ପରେ ଉଭୟ ଦଳ ପକ୍ଷରୁ ମେଣ୍ଟ ନେଇ ଶୁକ୍ରବାର ଘୋଷଣା କରାଯାଇପାରେ। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୦୪ ଓ ୨୦୦୯ରେ ହୋଇଥିବା ମେଣ୍ଟଠାରୁ ନୂଆ ମେଣ୍ଟ ଭିନ୍ନ ହେବ। ଉଭୟ ଦଳ ମଧ୍ୟରେ ଆସନ ବୁଝାମଣା ହେଲେ ମଧ୍ୟ କେହି ସରକାରରେ ସାମିଲ ହେବେ ନାହିଁ। ଅର୍ଥାତ୍‌ ବିଜେଡି କେନ୍ଦ୍ରରେ ଏନ୍‌ଡିଏର ଅଂଶୀଦାର ଦଳ ହେଲେ ମଧ୍ୟ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହେବ ନାହିଁ। ସେହିପରି ରାଜ୍ୟରେ ଭାଜପା ବିଜେଡି ସହିତ ବିଧାନସଭା ଆସନ ବୁଝାମଣା କଲେ ମଧ୍ୟ ସରକାରରେ ସାମିଲ ହେବ ନାହିଁ। ବାହାରେ ରହି ଉଭୟ ଉଭୟଙ୍କୁ ସମର୍ଥନ କରିବେ। ଅନ୍ୟପକ୍ଷରେ ଆସନ୍ତା ୧୨ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଉଭୟ ଦଳ ପକ୍ଷରୁ ମିଳିତ ଭାବେ ମେଣ୍ଟ ନେଇ ଘୋଷଣା ହୋଇପାରେ ବୋଲି ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri