Posted inଜାତୀୟ

କର୍ନାଟକ ମୁଖ୍ୟମନ୍ତ୍ରୀ ଦୌଡରେ ପ୍ରହଲ୍ଲାଦ ଯୋଶୀ ଆଗରେ

ବେଙ୍ଗାଲୁରୁ,୨୫ ।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ରବିବାର ଇସ୍ତଫା ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି । ଯଦିଓ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଏନେଇ ଅଫିସିୟାଲି କୌଣସି ଘୋଷଣା କରାଯାଇ ନାହିଁ ତଥାପି ୟେଦୁରପ୍ପାଙ୍କ ବୟାନ ଏହାହିଁ ସୂଚନା ଦେଉଛି । ୟେଦୁରପ୍ପା ଯଦି ଇସ୍ତଫା ଦିଅନ୍ତି ତେବେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ନାଁ ଚର୍ଚ୍ଚାକ୍‌ୁ ଆସିଛି । ଏହାସହ ଏମ୍‌ଆର୍ ନିରାନିଙ୍କ ନାଁ ବି ଚର୍ଚ୍ଚାରେ ରହିଛି । ଏହାକୁ ନେଇ ଯୋଶୀ କହିଛନ୍ତି ଶୀର୍ଷ ନେତୃତ୍ୱ ତାଙ୍କ ପାଇଁ ସେଭଳି କୌଣସି ସୂଚନା ଦେଇ ନାହାନ୍ତି । ଏପଟେ ନିରାନି କହିଛନ୍ତି ଦଳ ଯାହା ଦାୟିତ୍ୱ ଦେବ ସେ ତାହା ପାଳନ କରିବେ । ଯୋଶୀ କହିଛନ୍ତି ୟେଦୁରପ୍ପାଙ୍କ ଉତ୍ତରାଧିକାରୀ ହେବାକୁ ତାଙ୍କ ସହ କେହି କଥା ହୋଇନାହାନ୍ତି । କେବଳ ଯାହା ଗଣମାଧ୍ୟମରୁ ଏହି ସୂଚନା ମିଳୁଛି । ସୂଚନାଯୋଗ୍ୟ, ରବିବାର ୟେଦୁରପ୍ପାଙ୍କ ସରକାରକୁ ୨ ବର୍ଷ ପୂରଣ ହେଉଥିବା ବେଳେ ବୟସାଧିକ୍ୟ ଓ ଅସୁସ୍ଥତା କାରଣ ଦର୍ଶାଇ ସେ ଇସ୍ତଫା ଦେବାକଥା ପୂର୍ବରୁ କହିଥିଲେ । ଏହାସହ ଦଳ ଯାହା ନିଷ୍ପତ୍ତି ନେବ ତାହା ସେ ମାନି ନେବେ ବୋଲି ମଧ୍ୟ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri