Posted inଜାତୀୟ

କୃଷକଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା, ଆଗକୁ ମିଳିପାରେ ୮ ହଜାର ଟଙ୍କା

ନୂଆଦିଲ୍ଲୀ, ୧୨।୦୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦିଙ୍କ ୩.୦ ସରକାରର ପ୍ରଥମ ବଜେଟ୍‌ ଉପସ୍ଥାପନ କରିବାକୁ ଯାଉଛନ୍ତି । ଜୁଲାଇ ୨୩ ତାରିଖରେ ସଂସଦରେ ଏହି ବଜେଟ୍‌ ଉପସ୍ଥାପନ ହେବ । ଏହାରି ମଧ୍ୟରେ ବଜେଟ୍‌ରେ କୃଷକଙ୍କ ପାଇଁ ଏକ ବଡ଼ ଘୋଷଣା ହେବା ନେଇ ଆନୁମାନ କରାଯାଉଛି । ବିଜନେସ୍‌ ଟୁଡେର ସରକାରୀ ସୁତ୍ରରୁ ଜଣାପଡ଼ିଛି ଯେ, କେନ୍ଦ୍ର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ପାଇଁ ବଜେଟ୍‌ରେ ହେଉଥିବା ଆବଣ୍ଟନ ୩୦ ପ୍ରତିଶତ ବୃଦ୍ଧି କରି ୮୦ ହଜାର କୋଟି କରିବା ନେଇ ସମ୍ଭାବନା ରହିଛି ।

ସରକାର ଅନ୍ତରୀଣ ବଜେଟ୍‌ରେ ପିଏମ୍‌ କିଷାନ ସମ୍ମାନ ନିଧି ପାଇଁ ଆବଣ୍ଟନ ୬୦ ହଜାର କୋଟି ନିର୍ଦ୍ଧାରଣ କରିଥିଲେ । ଯେଉଁଥିରେ ପ୍ରତି କୃଷକଙ୍କୁ ବାର୍ଷିକ ୬ ହଜାର ଟଙ୍କା ସହାୟତା ମିଳୁଛି । ଜୁନ୍‌ର ଶେଷ ସପ୍ତାହରେ ଆୟୋଜିତ ବଜେଟ୍‌ ପୂର୍ବ ପରାମର୍ଶ ବୈଠକ ସମୟରେ କୃଷି ପ୍ରତିନିଧିମାନେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଏହି ପରିମାଣରେ ବୃଦ୍ଧି କରିବାକୁ ଦାବି କରିଥିବା କୁହାଯାଉଛି । ଯଦି ଏହାକୁ ଅନୁମୋଦନ ମିଳେ ତେବେ ଏହି ସହାୟତା ରାଶି ୬ ହଜାରରୁ ବୃଦ୍ଧି ପାଇ ୮ ହଜାର ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri