ଆମେରିକାର ନୂଆ ନେତା ହୋଇପାରିବି

ଓ୍ବାଶିଂଟନ,୨୧ା୧: ଆଗଧାଡ଼ିର ଭାରତୀୟ ବଂଶୋଦ୍ଭବ ରିପବ୍ଲିକାନ୍‌ ନେତ୍ରୀ ନିକ୍କି ହାଲି ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରେ ସାମିଲ ହେବାକୁ ଯାଉଛନ୍ତି। ଫକ୍ସ ନ୍ୟୁଜ୍‌କୁ ସାକ୍ଷାତ୍‌କାର ଦେବାବେଳେ ୫୧ ବର୍ଷୀୟା ନିକ୍କି ନିଜେ ଏନେଇ ସଙ୍କେତ ଦେଇଛନ୍ତି। ଦେଶକୁ ଏକ ନୂଆ ଦିଗରେ ଅଗ୍ରସର କରାଇବା ପାଇଁ ସେ ‘ନୂଆ ନେତା’ ହୋଇପାରିବେ ବୋଲି ମନେକରୁଥିବା କହିଛନ୍ତି। ୮୦ ବର୍ଷୀୟ ଡେମୋକ୍ରାଟ୍‌ ଜୋ ବାଇଡେନ୍‌ଙ୍କୁ ଆମେରିକା ଦ୍ୱିତୀୟ ଥର ପାଇଁ ରାଷ୍ଟ୍ରପତି କରାଇବାକୁ ଚାହିଁବ ନାହିଁ। ତେଣୁ ନିଜ ସମ୍ଭାବ୍ୟ ପ୍ରାର୍ଥତ୍ତ୍ୱ ପାଇଁ ଉଦ୍ୟମ ଚଳାଇଥିବା ସାଉଥ୍‌ କାରୋଲିନାର ପୂର୍ବତନ ଗଭର୍ନର ତଥା ଜାତିସଂଘରେ ଆମେରିକାର ପ୍ରାକ୍ତନ ପ୍ରତିନିଧି ନିକ୍କି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକାଳରେ ନିକ୍କି ଅନେକ ଗୁରୁତ୍ୱପୂର୍ଣ୍ଣ ପଦପଦବୀ ଅଳଙ୍କୃତ କରିଥିଲେ। ୨୦୧୮ ଅକ୍ଟୋବରରେ ସେ ଟ୍ରମ୍ପ୍‌ ପ୍ରଶାସନରୁ ଇସ୍ତଫା ଦେଇଥିଲେ। ୨୦୨୪ ନଭେମ୍ବର ୫ରେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ପୁନର୍ବାର ଲଢ଼ିବା ପାଇଁ ଟ୍ରମ୍ପ୍‌ ଆଗ୍ରହୀ ଥିବାବେଳେ ଫ୍ଲୋରିଡା ଗଭର୍ନର ରୋ ଡିସାଣ୍ଟିସ୍‌ ମଧ୍ୟ ମଇଦାନକୁ ଓହ୍ଲାଇବା ଲାଗି ସବୁ ପ୍ରକାର ପ୍ରସ୍ତୁତି ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri