ଇଣ୍ଡିଆ ମେଣ୍ଟ ବୈଠକ ପୂର୍ବରୁ ଇସାରା, ଏନ୍‌ଡିଏକୁ ଫେରିପାରେ ଉଦ୍ଧବ ଶିବ ସେନା

ନୂଆଦିଲ୍ଲୀ, ୫ା୬: ଲୋକସଭା ନିର୍ବାଚନ ଫଳାଫଳ ଆସିବା ପରେ ଛୋଟ ଛୋଟ ଦଳଗୁଡ଼ିକ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନ୍‌ଡିଏର ବୈଠକରେ ଯୋଗଦେବାକୁ ଦିଲ୍ଲୀ ପହଞ୍ଚିଛନ୍ତି। ଅନ୍ୟପଟେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡ଼ୁ ମଧ୍ୟ ଦିଲ୍ଲୀ ପହଞ୍ଚିବା ନେଇ ଜଣାପଡ଼ିଛି। ଏଥି ମଧ୍ୟରେ ମହାରାଷ୍ଟ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଦ୍ଧବ ଶିବସେନାର ମୁଖ୍ୟ ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ରଣନୀତି ବଦଳାଉଥିବା ଦେଖିବାକୁ ମିଳିଛି। ବୁଧବାର ଦିଲ୍ଲୀରେ ବସିବାକୁ ଥିବା ଇଣ୍ଡିଆ ମେଣ୍ଟର ବୈଠକରେ ଉଦ୍ଧବ ସାମିଲ୍‌ ହେବେ ନାହିଁ ବୋଲି ଜଣାପଡ଼ିଛି।

ଅନ୍ୟପଟେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୪ରୁ ୨୦୧୯ ଯାଏ ଶୀର୍ଷ ପଦବୀରେ ଅବସ୍ଥାପିତ ହୋଇଥିବା ବରିଷ୍ଠ ଭାଜପା ନେତା ସରକାରୀ ଦାୟିତ୍ୱରୁ ମୁକ୍ତ କରିବାକୁ ଶୀର୍ଷ ନେତୃବନ୍ଦଙ୍କୁ ଅନୁରୋଧ କରିଛନ୍ତି। ତାଙ୍କୁ ଦଳ ପାଇଁ ବାହାରୁ କାମ କରିବାକୁ ଦିଆଯାଉ ବୋଲି ସେ କହିଛନ୍ତି।

୨୦୨୪ ଲୋକ ସଭା ନିର୍ବାଚନରେ ରାଜ୍ୟରେ ଭାଜପାର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୯ରେ ତାଙ୍କ ଦଳ ମହାରାଷ୍ଟ୍ରର ୪୮ ଆସନରୁ ୨୩ରେ ଜିତିଥିଲା। ହେଲେ ଚଳିତ ବର୍ଷ ଏହା ୯ରେ ସୀମିତ ରହିଛି।

କହିରଖୁଛୁ, ଭାଜପା ନିର୍ବାଚନରେ ମାତ୍ର ୨୪୦ ଆସନ ଜିତିଥିବା ବେଳେ ବହୁମତ ପାଇଁ ବହୁ ପଛରେ ରହିଯାଇଛି। ଦଳକୁ ସରକାର ଗଠନ ପାଇଁ ଆଉ ୩୨ ଆସନର ଆବଶ୍ୟକତା ଥିବା ବେଳେ ଏନ୍‌ଡିଏ ସହଯୋଗୀ ଦଳଗୁଡ଼ିକ ଉପରେ ଦଳ ନିର୍ଭର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?