ଟିକା ନ ନେଲେ ମେ’ ମାସର ଦରମା ବନ୍ଦ: ନିର୍ଦ୍ଦେଶ ଜାରି କଲେ ଜିଲାପାଳ…

ଛପରା,୨୩।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ବିଭିନ୍ନ ଗୁଜବକୁ ବିଶ୍ୱାସ ବହୁ ଲୋକ ଟିକା ନେବାକୁ ଭୟ କରୁଛନ୍ତି। ବିହାରର ଛପରା ଜିଲାରେ ମଧ୍ୟ ଲୋକଙ୍କ ମଧ୍ୟରେ ଏଭଳି କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଜିଲାପାଳ ଡ. ନିଲେଶ ରାମଚନ୍ଦ୍ର ଦଓ୍ବେରେ ଏକ ଅଜବ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ଯେ, ଜିଲାର ସମସ୍ତ ସରକାରୀ କର୍ମଚାରୀ ଟିକା ନେବା ବାଧ୍ୟତା ମୂଳକ। ଟିକା ନ ନେଲେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କର୍ମଚାରୀଙ୍କ ମେ’ ମାସର ଦରମା ବନ୍ଦ କରି ଦିଆଯିବ। ତେବେ ଟିକା ନେବା ପାଇଁ ଅନ୍‌ଲାଇନ୍‌ ପଞ୍ଜିକରଣରେ ସ୍ଲଟ୍‌ ମିଳୁ ନ ଥିବାରୁ ଜିଲାର କର୍ମଚାରୀମାନେ ଏବେ ଅଡୁଆରେ ପଡ଼ିଛନ୍ତି। ଏହାର ଗୋଟିଏ ଦିନ ପୂର୍ବରୁ ମଧ୍ୟପ୍ରଦେଶର ଦତିଆ ଜିଲାର ଜିଲାପାଳ ସଞ୍ଜୟ କୁମାର ମଧ୍ୟ ଏଭଳି ନିର୍ଦ୍ଦେଶ ଜାରି କରିଥିଲେ। ଟିକା ନ ନେଲେ ମେ’ ମାସର ଦରମା ମିଳିବ ନାହିଁ ବୋଲି ସେ ନିର୍ଦ୍ଦେଶ ଦେଇଥିଲେ। ମେ’ ୨୪ ସୁଦ୍ଧା ଟିକା ନେବା ଜିଲାର ସରକାରୀ କର୍ମଚାରୀଙ୍କ ପାଇଁ ଅନିବାର୍ଯ୍ୟ କରାଯାଇଛି। ମେ’ ୨୫ରେ ଟିକା ନେଇଥିବାର ସାର୍ଟିଫିକେଟ୍‌ ଜମା କଲେ ଦରମା ଦିଆଯିବ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଆଜି ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ୧୮୭ ରନ୍ ଟାର୍ଗେଟକୁ ପିଛା କରି ଆଫଗାନିସ୍ତାନ…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri