ସୁସ୍ଥ ହେଲେ ମହାପ୍ରଭୁ

ପୁରୀ ଅଫିସ, ୨୫ା୬: ଆଷାଢ଼ କୃଷ୍ଣପକ୍ଷ ଏକାଦଶୀ ବା ଖଳିଲାଗି ଏକାଦଶୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖଳିଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁ ଶ୍ରୀଅଙ୍ଗରେ ଖଳି ଲାଗି ହୋଇଛନ୍ତି। ସେହିପରି ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇ ଦଶମୀ ତିଥିରେ ଶ୍ରୀମନ୍ଦିରକୁ ଆସିଥିବା ଦଶମୂଳ ମୋଦକ ମଧ୍ୟ ମହାପ୍ରଭୁଙ୍କୁ ଅର୍ପଣ କରାଯାଇଛି। ସେହିପରି ମହାପ୍ରଭୁ ସୁସ୍ଥ ଅନୁଭବ କରିଥିବାରୁ ତାଙ୍କୁ ତୁଳସୀ ଓ ବାରଲାଗି ଖଣ୍ଡୁଆ ଲାଗି କରାଯାଇଛି। ସୂଚନାଯୋଗ୍ୟ, ଜ୍ୟେଷ୍ଠ ପୂର୍ଣ୍ଣିମାରେ ସ୍ନାନବେଦୀରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଦଇତାପତି ଓ ପତିମହାପାତ୍ର ତାଙ୍କର ଗୁପ୍ତସେବା କରୁଛନ୍ତି। ଅଣସରର ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି କରାଯିବା ପରେ ଦଶମ ତିଥିରେ ଚକାବିଜେ ନୀତି ସମ୍ପନ୍ନ ହୋଇଥିଲା।
ଶୁକ୍ରବାର ଶ୍ରୀମନ୍ଦିର ପଟିଦିଅଁଙ୍କ ନିକଟରେ ମଧ୍ୟାହ୍ନ ଧୂପ ଓ ଦକ୍ଷିଣୀ ଘର ଭୋଗ ବଢିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହରଣ ଦ୍ୱାରା ଖୋଲାଯାଇଥିଲା। ଅଣସର ଗୃହରେ ଦଇତାପତି ଓ ପତିମହାପାତ୍ର ପ୍ରବେଶ କରିଥିଲେ। ଶୁଦ୍ଧସୁଆରଙ୍କ ଘରୁ ଖଳି ଆସି ଠାକୁରଙ୍କୁ ଲାଗି କରାଯିବା ସହିତ ରକ୍ତବସ୍ତ୍ର ଲାଗି କରାଯାଇଥିଲା। ଏହାପରେ ଚକଟା ଭୋଗ ଓ ପଣାଭୋଗ ହୋଇ ବେହରଣ ଦ୍ୱାର ବନ୍ଦ କରାଯାଇଥିଲା। ଜୟବିଜୟ ଦ୍ୱାର ଖୋଲାଯାଇ ପଟିଦିଅଁଙ୍କ ନୀତି ଆରମ୍ଭ ହୋଇଥିଲା। ସନ୍ଧ୍ୟା ଆଳତି ଓ ସନ୍ଧ୍ୟା ଧୂପ ବଢ଼ିବା ପରେ ବେହରଣ ଦ୍ୱାର ଖୋଲିଥିଲା। ପଟିଦିଅଁ ଏବଂ ଶ୍ରୀବିଗ୍ରହମାନଙ୍କ ସର୍ବାଙ୍ଗ ନୀତି ହୋଇଥିଲା। ଚତୁର୍ଦ୍ଧାବିଗ୍ରହଙ୍କୁ ବାରଲାଗି ଖଣ୍ଡୁଆ, ରଙ୍ଗିନ ସୁଙ୍ଗନ୍ଧିତ ପୁଷ୍ପ ଓ ତୁଳସୀ ଲାଗି କରାଯାଇଥିଲା। ଦଶମୂଳକୁ ପତିମହାପାତ୍ର ସେବକ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କୁ ଲାଗି କରାଇଥିଲେ। ଏହାପରେ ଶ୍ରୀମନ୍ଦିରରେ ଘଣ୍ଟ, କାହାଳୀ ବାଦ୍ୟ ଶବ୍ଦ ପୁଣି ଶୁଣିବାକୁ ମିଳିଛି। ଶନିବାର ଦ୍ୱାଦଶୀ ତିଥିରେ ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହମାନେ ସୁସ୍ଥ ହୋଇଥିବା ଖବର ଦଇତାପତିମାନେ ରାଜନଅରକୁ ଯାଇ ଗଜପତି ମହାରାଜାଙ୍କୁ ଜଣାଇବେ। ଏଥିସହ ରଥଯାତ୍ରା ସମ୍ପର୍କରେ ସୂଚନା ଦେବେ। ଆସନ୍ତା ୨୯ ତାରିଖ ଅମାବାସ୍ୟା ଦିନ ଭକ୍ତଙ୍କୁ ମହାପ୍ରଭୁ ନବଯୌବନ ବେଶରେ ଦର୍ଶନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri