ମୋ’ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ଦ୍ରୌପଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ସୋମବାର ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ୍‌.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ଶପଥ ନେବା ପରେ ସମସ୍ତଙ୍କୁ ଜୁହାର କରି ତାଙ୍କର ଅଭିଭାଷଣ ରଖିଥିଲେ। ସେ କହିଥିଲେ, ଓଡ଼ିଶାର ଏକ ଆଦିବାସୀ ଗାଁରୁ ମୋର ଯାତ୍ରା ଆରମ୍ଭ ହୋଇଛି। ପ୍ରଥମେ କଲେଜ ଯାଇଥିବା ଝିଅ ମୁଁ। କାଉନସିଲରରୁ ରାଷ୍ଟ୍ରପତି ହେବା ସୌଭାଗ୍ୟ ମିଳିଛି। ମୋତେ ଏଯାଏ ଗଣତନ୍ତ୍ରର ଶକ୍ତି ଆଣି ପହଞ୍ଚାଇଛି। ଭାରତର କୌଣସି ଗରିବ ସ୍ବପ୍ନ ଦେଖିବା ସହ ଏହାକୁ ନିଶ୍ଚିତ ସାକାର କରିପାରିବେ। ମହିଳାଙ୍କ ହିତ ସାଧବ ମୋର ସର୍ବୋଚ୍ଚ ପ୍ରାଥମିକତା ହେବ ବୋଲି ତାଙ୍କ ଅଭିଭାଷଣରେ କହିଛନ୍ତି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ସେ ସନ୍ଥକବି ଭୀମଭୋଇଙ୍କ ଏକ ପଂକ୍ତି ଉଦ୍ଧାର କରି କହିଥିଲେ, ‘ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ’। ଅର୍ଥାତ୍‌ ମୋ’ ଜୀବନ ଯେତେ କଷ୍ଟ, ଯନ୍ତ୍ରଣାଦାୟକ ହୋଇଥାଉନା କାହିଁକି, ଜଗତବାସୀଙ୍କର କିପରି କଲ୍ୟାଣ ହେବ ତାହା ମୁଁ ଚିନ୍ତା କରିବି। ଏହି ଉକ୍ତିରୁ ତାଙ୍କର ଦେଶଭକ୍ତି ସ୍ପଷ୍ଟ ବାରି ହୋଇପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri