Posted inଖେଳ

ସିଙ୍ଗଲ୍ସ ସେମିରେ ମାୟା, ଶିବତେଜ

ଭୁବନେଶ୍ୱର, ୧୩।୪ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭଲପମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସ ଦ୍ୱିତୀୟ ପର୍ଯ୍ୟାୟ ପ୍ରତିଯୋଗିତାର ବାଳିକା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ମାୟା ରାଜେଶ୍ୱରନ ରେବତୀ ଓ ଶିବ୍‌ତେଜ ଶିର୍‌ଫୁଲେ। ବୁଧବାର ଅନୁଷ୍ଠିତ ବାଳିକା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ମାୟା ହଂକଂର ନିତ୍ୟା ବାଲକ୍ରିଷ୍ଣା ମଧୁରୀଙ୍କୁ ୬-୧, ୬-୦ ସେଟ୍‌ରେ ପରାସ୍ତ କରିଛନ୍ତି। ସେହିପରି ବାଳକ କ୍ୱାର୍ଟର ଫାଇନାଲରେ ଶିବ୍‌ତେଜ ଥାଇଲାଣ୍ଡର ଧର୍ମା ପାଣ୍ଟାରାଟର୍ନଙ୍କୁ ୧-୬, ୬-୪, ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି। ବାଳକ ବିଭାଗର ଅନ୍ୟ ପ୍ରତିଯୋଗୀଙ୍କ ମଧ୍ୟରେ କୋରିଆର ଓନମିନ୍‌ କିମ୍‌, ହଂକଂର ଆଲେକ୍ସ ଲାପ୍‌ ହାଙ୍ଗ ହୁଇ ଓ ପାକିସ୍ତାନର ଅବୁବାକର ତଲ୍‌ହା ସେମିଫାଇନାଲରେ ପହଞ୍ଚତ୍ଛନ୍ତି। ସେହିପରି ମାୟାଙ୍କ ବ୍ୟତୀତ ବାଳିକା ବିଭାଗରେ କୋରିଆର ଜିୟୁନ ଓ’, ୟେରି ହଂ ଓ କାଜାଖସ୍ତାନର ଇଭା କୋରିଶେଭା ବିଜୟୀ ହୋଇ ସେମିଫାଇନାଲରେ ପହଞ୍ଚତ୍ଛନ୍ତି। ବାଳକ ଡବଲ୍ସରେ କିନ୍ତୁ ଭାରତର ପ୍ରକାଶ ସରନ ଓ ଶିବତେଜ ଶିରଫୁଲେଙ୍କ ଅଭିଯାନ ସେମିଫାଇନାଲରୁ ଶେଷ ହୋଇଛି। ଏହି ଭାରତୀୟ ଯୋଡ଼ି ଥାଇଲାଣ୍ଡର ର୍ୟୁ କୋଟିକୁଲା ଓ ଧର୍ମା ପାଣ୍ଟାରାଟର୍ନଙ୍କଠାରୁ ୨-୬, ୧-୬ ସେଟ୍‌ରେ ହାରି ଯାଇଛନ୍ତି। ଅନ୍ୟ ଏକ ସେମିଫାଇନାଲରେ କୋରିଆର ମିନ୍‌ ହ୍ୟୁକ ଚୋ ଓ ଓନମିନ୍‌ କିମ୍‌ ବିଜୟୀ ହୋଇ ଫାଇନାଲରେ ପ୍ରବେଶ କରିଛନ୍ତି। ବାଳକ ଯୋଡ଼ିଙ୍କ ଭଳି ଭାରତୀୟ ବାଳିକା ଯୋଡ଼ିଙ୍କ ଅଭିଯାନ ମଧ୍ୟ ସେମିଫାଇନାଲରେ ଶେଷ ହୋଇଛି। ମାୟା ରାଜେଶ୍ୱରନ ରେବତୀ ଓ ହରିଥା ଶ୍ରୀ ଭେଙ୍କଟେଶ୍‌ ୩-୬, ୨-୬ ସେଟ୍‌ରେ କାଜାଖସ୍ତାନର ଇଭା କୋରିଶେଭା ଓ ୟେର୍କେଝାନ ଝାଣ୍ଟାୟେଭା ଯୋଡ଼ିଙ୍କଠାରୁ ହାରି ଯାଇଛନ୍ତି। କାଜାଖ ଯୋଡ଼ି ଫାଇନାଲରେ ତୁର୍କମେନିସ୍ତାନର ଇଲିମା ଗୁସେନୋଭା ଓ ଉଜ୍‌ବେକିସ୍ତାନର ଇମିଲି କିମ୍‌ଙ୍କୁ ଭେଟିବେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଅତିଥିଭାବେ ଯୋଗଦେଇ ସେଣ୍ଟର କୋର୍ଟରେ କୋରିଆ-ଥାଇଲାଣ୍ଡ ବାଳିକା ସିଙ୍ଗଲ୍ସ ମ୍ୟାଚ ପୂର୍ବରୁ ଖେଳାଳିଙ୍କ ସହ ପରିଚିତ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?