Posted inଖେଳ

ମୟଙ୍କ ଅଗ୍ରଓ୍ବାଲ ହସ୍ପିଟାଲରେ ଭର୍ତ୍ତି

ଅଗରତାଲା,୩୧ା୧(ପି.ଟି.): ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରଓ୍ବାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ଭାରତୀୟ ଦଳରୁ ବାହାରେ ରହିଥିବା ମୟଙ୍କ କର୍ନାଟକ ରଣଜୀ ଟ୍ରଫି ଦଳର ଅଧିନାୟକ ରହିଛନ୍ତି। ସୋମବାର ତ୍ରିପୁରା ବିପକ୍ଷରେ କର୍ନାଟକକୁ ୨୯ ରନ୍‌ରେ ଜିତାଇଥିଲେ ମୟଙ୍କ। ଏହି ମ୍ୟାଚ୍‌ ଶେଷ ହେବା ପରେ ସେ ଦଳ ସହ ଅଗରତାଲାରୁ ଦିଲ୍ଲୀ ଅଭିମୁଖେ ବିମାନରେ ବସିଥିଲେ। ତେବେ ବିମାନ ଟେକ୍‌ ଅଫ୍‌ ପୂର୍ବରୁ ହିଁ ମୟଙ୍କ ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ତୁରନ୍ତ ଅଗରତାଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କର୍ନାଟକ ରାଜ୍ୟ କ୍ରିକେଟ ସଂଘ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୋମବାର ମ୍ୟାଚ୍‌ ଶେଷ ହେବା ପରେ ମଙ୍ଗଳବାର କର୍ନାଟକ ଦଳ ଦିଲ୍ଲୀ ଦେଇ ରାଜକୋଟ ଯିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବିମାନ ବନ୍ଦରରେ ଅସୁସ୍ଥ ହୋଇ ପଡିଥିଲେ ମୟଙ୍କ। ୨-୩ ଥର ବାନ୍ତି ହେବା ପରେ ସେ ବିମାନରେ ମଧ୍ୟ ବସିଥିଲେ। ତେବେ ବିମାନ ଉଡାଣ କରିବା ଆଗରୁ ପୁଣି ଥରେ ଅସୁସ୍ଥ ହୋଇଥିଲେ ଅଗ୍ରଓ୍ବାଲ। ଏହାପରେ ତାଙ୍କୁ ଆଇଏଲ୍‌ଏସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri