Posted inଜାତୀୟ

ଉତ୍ତରାଧିକାରୀ ଘୋଷଣା କଲେ ମାୟାବତୀ

ଲକ୍ଷ୍ନୌ,୨୩ା୬। ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ  ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି।

ଆଜି ବିଏସ୍‌ପିର ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମାୟାବତୀଙ୍କ ପୁତୁରା ଆକାଶ ଆନନ୍ଦ ଏବଂ ତାଙ୍କ ଭାଇ ଆନନ୍ଦଙ୍କ ସମେତ ବରିଷ୍ଠ ଦଳର ନେତାମାନେ ଉପସ୍ଥିତ ଥିଲେ। ତାଙ୍କୁ ବହୁଜନ ସମାଜ ପାର୍ଟିର ଜାତୀୟ ସଂଯୋଜକ ମଧ୍ୟ କରାଯାଇଛି ଏବଂ ଆକାଶ ଆନନ୍ଦ ଖୁବ୍‌ଶୀଘ୍ର ଜାତୀୟ କାର୍ଯ୍ୟନିର୍ବାହୀ ଦାୟିତ୍ୱ ଗ୍ରହଣ କରିବେ।

ବୈଠକରେ ଉତ୍ତରପ୍ରଦେଶରେ ହେବାକୁ ଥିବା ଉପ-ନିର୍ବାଚନରେ ବିଏସ୍‌ପି ଅଂଶଗ୍ରହଣ କରିବ। ସେ ଏହି ସଭାରେ ପହଞ୍ଚିବା ମାତ୍ରେ ଆକାଶ ଆନନ୍ଦ ବିଏସ୍‌ପି ସୁପ୍ରିମୋ ତଥା ତଙ୍କ ପିଉସୀ ମାୟାବତୀଙ୍କ ପାଦ ଛୁଇଁଥିଲେ। ଏହି ସମୟରେ ମାୟାବତୀ ତାଙ୍କ ମୁଣ୍ଡରେ ହାତ ରଖି ତାଙ୍କୁ ଆଶୀର୍ବାଦ ମଧ୍ୟ ଦେଇଥିଲେ।

ବିଏସ୍‌ପି ପକ୍ଷରୁ ଜାରି ଏକ ପ୍ରେସ୍‌ ବିଜ୍ଞପ୍ତିରେ କୁହାଯାଇଛି ଯେ, ୧୮ତମ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ଏହା ଜାତୀୟ ସ୍ତରରେ ଦଳର ପ୍ରଥମ ପ୍ରମୁଖ ବୈଠକ। ଏହି ବୈଠକରେ ମାୟାବତୀ କହିଛନ୍ତି, ଆକାଶ ଆନନ୍ଦଙ୍କୁ ମଧ୍ୟ ପୂର୍ଣ୍ଣ ପରିପକ୍ୱତା ସହିତ ଦଳରେ କାମ କରିବାର ସୁଯୋଗ ଦିଆଯାଉଛି। ସେ ପୂର୍ବ ପରି ଦଳରେ ତାଙ୍କର ସମସ୍ତ ପଦବୀ ଜାରି ରଖିବେ, ଅର୍ଥାତ୍‌ ସେ ଦଳର ରାଷ୍ଟ୍ରୀୟ ସଂଯୋଜକ ତଥା ମୋର ଏକମାତ୍ର ଉତ୍ତରାଧିକାରୀ ଭାବରେ ରହିବେ। ତାଙ୍କ ବିଷୟରେ ମୋର ସମ୍ପୂର୍ଣ୍ଣ ଆଶା ଅଛି ଯେ, ବର୍ତ୍ତମାନ ସେ ନିଜ ଦଳ ତଥା ଆନ୍ଦୋଳନ ସ୍ବାର୍ଥରେ ପ୍ରତ୍ୟେକ ସ୍ତରରେ ଜଣେ ପରିପକ୍ୱ ନେତା ଭାବରେ ଉଭା ହେବେ। ପାର୍ଟିର ଲୋକମାନେ ମଧ୍ୟ ପୂର୍ବ ଅପେକ୍ଷା ଅଧିକ ସମ୍ମାନ ଦେଇ ସେମାନଙ୍କର ମନୋବଳ ବୃଦ୍ଧି କରିବେ। ଯାହାଫଳରେ  ସେ ଭବିଷ୍ୟତରେ ମୋର ସମସ୍ତ ଆଶା ପୂରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?