Posted inଜାତୀୟ

ଭଣଜାଙ୍କ କାନ୍ଧରେ ହାତ ରଖିଲେ ମାୟାବତୀ, କହିଲେ-୨୦୨୪ ନିର୍ବାଚନ ଏକତରଫା ହେବନାହିଁ

ଲକ୍ଷ୍ନୌ,୨୩।୮: ବହୁଜନ ସମାଜବାଦୀ ପାର୍ଟି ପ୍ରମୁଖ ମାୟାବତୀ ଅନ୍ୟ କୌଣସି ଦଳ ସହ ମେଣ୍ଟ ନ କରି ୨୦୨୪ ଲୋକ ସଭା ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଲକ୍ଷ୍ନୌରେ ବୁଧବାର ହୋଇଥିବା ବୈଠକରେ ମାୟାବତୀଙ୍କ ଭାଇ ଆନନ୍ଦ କୁମାର ଏବଂ ଭଣଜା ଆକାଶ ଆନନ୍ଦ ଉପସ୍ଥିତ ଥିଲେ। ଏହି ଅବସରରେ ମାୟାବତୀ ଆକାଶଙ୍କ କାନ୍ଧରେ ହାତ ରଖି ରାଜନୈତିକ ପରାମର୍ଶ ଦେଇଛନ୍ତି।

ରାଜସ୍ଥାନ ଗସ୍ତ ଛାଡ଼ି ସାମିଲ ହୋଇଥିବା ଆକାଶଙ୍କୁ ମାୟାବତୀ କହିଛନ୍ତି, ମେଣ୍ଟ ଯୋଗୁ ଦଳକୁ ଲାଭ ବଦଳରେ ଅଧିକ କ୍ଷତି ସହିବାକୁ ପଡ଼ିଛି। ପାର୍ଟିର ଭୋଟ ଅନ୍ୟ ଦଳକୁ ଚାଲିଯାଇଥାଏ। ହେଲେ ଅନ୍ୟ ଦଳ ନିଜ ଭୋଟକୁ ତାଙ୍କ ଦଳର ପ୍ରାର୍ଥୀଙ୍କୁ ପଠାଇବାକୁ ଇଚ୍ଛା ପ୍ରକାଶ କରନ୍ତି ନାହିଁ। ସେମାନଙ୍କର କ୍ଷମତା ମଧ୍ୟ ନ ଥାଏ। ଏହାଫଳରେ ଦଳର ନେତାଙ୍କ ମନୋବଳ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଦଳ ଶାସକ ଏବଂ ବିରୋଧୀ ଉଭୟ ମେଣ୍ଟଠାରୁ ଦୂରରେ ରହିଥାଏ ବୋଲି ସେ କହିଛନ୍ତି। ଏହାଛଡ଼ା ଭାଜପା ଧିରେଧିରେ ଲୋକଙ୍କ ଭରସା ହରାଉଛି। ଏଣୁ ଆଗାମୀ ଲୋକ ସଭା ନିର୍ବାଚନ ଏକତରଫା ହେବ ନାହିଁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri