Posted inଜାତୀୟ

‘ଭାଜପା ସହ ଯୋଗାଯୋଗରେ ଅଛନ୍ତି ମାୟାବତୀ’

ମୁମ୍ବାଇ,୩୦।୮: ଦେଶର ଆଗାମୀ ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ଗୁରୁବାର ଠାରୁ ମୁମ୍ବାଇରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଦୁଇ ଦିନିଆ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ବୁଧବାର ବିଏସ୍‌ପି ମୁଖ୍ୟ ମାୟାବତୀ ବଡ଼ ଘୋଷଣା କରିଛନ୍ତି। ସେ ଏଥର ଇଣ୍ଡିଆ ଏବଂ ଏନ୍‌ଡିଏ ସହ ନ ମିଶି ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକୁଟିଆ ଲଢିବେ ବୋଲି ଘୋଷଣା କରିଛନ୍ତି। ଏହାକୁ ନେଇ ଏନସିପି ମୁଖ୍ୟ ଶରଦ ପାୱାର ନିଜ ମତ ରଖିଛନ୍ତି।
ଶରଦ ପାୱାର କହିଛନ୍ତି ଯେ, ମାୟାବତୀ ଜୀଙ୍କ ଦଳ କାହା ସହ ଯିବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ମୁଁ ଜାଣେ ବିଏସପି ସୁପ୍ରିମୋ ମାୟାବତୀ ଭାଜପା ସହ ଯୋଗାଯୋଗରେ ଅଛନ୍ତି। ବିଏସପି ଭାଜପାର ନିକଟବର୍ତ୍ତୀ। ମାୟାବତୀ ନେଇଥିବା ନିଷ୍ପତ୍ତି ବିଷୟରେ ଲୋକଙ୍କୁ ଚିନ୍ତା କରିବାକୁ ପଡ଼ିବ। ମୁଁ ପୂର୍ବରୁ କହିଛି ମୁଁ ବିରୋଧୀ ମେଣ୍ଟରେ ଅଛି। ଏ ବିଷୟରେ କୌଣସି ଦ୍ୱନ୍ଦ୍ୱ ନାହିଁ। ଦେଶରେ ଏକ ବିକଳ୍ପ ଫୋରମ ପ୍ରସ୍ତୁତ କରାଯାଉଛି। ଦେଶରେ ପରିବର୍ତ୍ତନ ଆଣିବାକୁ ମିଳିତ ମେଣ୍ଟ ପ୍ରସ୍ତୁତ।
ଗୁରୁବାର ଠାରୁ ମୁମ୍ବାଇରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆ ଆଲାଇନ୍ସର ବୈଠକରେ ୨୮ଟି ରାଜନୈତିକ ଦଳର ୬୩ ପ୍ରତିନିଧୀ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?