Posted inଜାତୀୟ

‘ବିଭାଜନ’ କାର୍ଡ ଖେଳିଲେ ମାୟାବତୀ

ନୂଆଦିଲ୍ଲୀ,୧୪।୪: ଲୋକ ସଭା ନିର୍ବାଚନ ୨୦୨୪ ଅଭିଯାନରେ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଉତ୍ତରପ୍ରଦେଶର ବିଭାଜନ କାର୍ଡ ଖେଳିଛନ୍ତି। ମୁଜାଫରନଗରରେ ଅନୁଷ୍ଠିତ ରାଲିରେ ମାୟାବତୀ କହିଛନ୍ତି, ଯଦି ବିଏସପି ସରକାର ଗଠନ ହୁଏ ତେବେ ପଶ୍ଚିମ ଉତ୍ତରପ୍ରଦେଶକୁ ଅଲଗା ରାଜ୍ୟ ଘୋଷଣା କରାଯିବ। ପଶ୍ଚିମ ଉତ୍ତରପ୍ରଦେଶକୁ ଏକ ଅଲଗା ରାଜ୍ୟ କରିବାର ଦାବି ନୂଆ ନୁହେଁ। ଉତ୍ତରପ୍ରଦେଶକୁ ଚାରୋଟି ରାଜ୍ୟରେ ବିଭକ୍ତ କରିବାର ଦାବି ସମୟ ସମୟରେ ଉଠିଛି ଏବଂ ନିର୍ବାଚନ ରାଲିରେ ମାୟାବତୀ ପୁଣି ଏହି ପ୍ରସଙ୍ଗ ଉଠାଇଛନ୍ତି।
ଏହା ସହିତ ମାୟାବତୀ ସାହାରନପୁରରେ ଅନୁଷ୍ଠିତ ରାଲିରେ ଦାବି କରିଛନ୍ତି, ଶାସକ ଭାଜପା କ୍ଷମତାକୁ ଫେରିବା ସହଜ ହେବ ନାହିଁ କାରଣ ସେମାନଙ୍କ ଶବ୍ଦ ଓ କାର୍ଯ୍ୟ ମଧ୍ୟରେ ପାର୍ଥକ୍ୟ ଅଛି। ସାହାରନପୁରରୁ ପଶ୍ଚିମ ଉତ୍ତରପ୍ରଦେଶ ପାଇଁ ନିର୍ବାଚନ ପ୍ରଚାର ଆରମ୍ଭ କରି ମାୟାବତୀ ଭାଜପାକୁ ଜନସାଧାରଣଙ୍କୁ ମିଛ କହିବା ଏବଂ ଶକ୍ତିଶାଳୀମାନଙ୍କ ସ୍ବାର୍ଥରେ କାମ କରୁଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri