Posted inଜାତୀୟ

ପ୍ରଧାନମନ୍ତ୍ରୀ ହୋଇପାରିବି, ରାଷ୍ଟ୍ରପତି ନୁହେଁ: ମାୟାବତୀ

ଲକ୍ଷ୍ନୌ,୨୮।୪: ବର୍ତ୍ତମାନ ଦେଶରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଇତିମଧ୍ୟରେ ବିଏସ୍‌ପି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ରାଜ୍ୟର ମୁଖ୍ୟମନ୍ତ୍ରୀ କିମ୍ବା ଦେଶର ପ୍ରଧାନମନ୍ତ୍ରୀ ହୋଇପାରିବି କିନ୍ତୁ ରାଷ୍ଟ୍ରପତି ନୁହେଁ। ସୂଚନା ମୁତାବକ, ଏସ୍‌ପି ମୁଖ୍ୟ ଅଖିଳେଶ ଯାଦବଙ୍କ ବୟାନର ଏଭଳି ଉତ୍ତର ଦେଇଛନ୍ତି ମାୟାବତୀ । କାରଣ ମାୟାବତୀ ରାଷ୍ଟ୍ରପତି ହେବାକୁ ଚାହୁଁଛନ୍ତି, ତେଣୁ ତାଙ୍କ ଭୋଟ ଭାଜପାକୁ ଯାଇଛି ବୋଲି ପୂର୍ବରୁ ଅଖିଳେଶ ଯାଦବ ବୟାନ ଦେଇଥିଲେ। ତେବେ ଏହାର ପ୍ରତିଉତ୍ତରରେ ମାୟାବତୀ ଗୁରୁବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ୟୁପିରେ ମୁସଲମାନଙ୍କ ପ୍ରତି ହେଉଥିବା ଅତ୍ୟାଚାର ପାଇଁ କେବଳ ଏସ୍‌ପି ଦାୟୀ ବୋଲି ମାୟାବତୀ ଅଭିଯୋଗ କରିଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ଏସ୍‌ପି ଦଳ ମୋତେ ରାଷ୍ଟ୍ରପତିି କରିବାକୁ ସ୍ବପ୍ନ ଦେଖୁଛି। ଯାହାଫଳରେ ଅଖିଳେଶଙ୍କ ମୁଖ୍ୟମନ୍ତ୍ରୀ ହେବା ରାସ୍ତା ସଫା ହୋଇଯିବ। କିନ୍ତୁ ଏହା ସମ୍ଭବ ନୁହେଁ। ରାଜ୍ୟର ମୁଖ୍ୟମନ୍ତ୍ରୀ କିମ୍ବା ଦେଶର ପ୍ରଧାନମନ୍ତ୍ରୀ ହୋଇପାରିବି କିନ୍ତୁ ରାଷ୍ଟ୍ରପତି ହେବାକୁ ଚିନ୍ତା ବି କରିପାରିବିନି ବୋଲି ବିଏସ୍‌ପି ସୁପ୍ରିମୋ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri