Posted inଜାତୀୟ

କୌଣସି ଟିଭି ବିତର୍କରେ ଭାଗ ନେବେନି ବିଏସ୍‌ପି ମୁଖପାତ୍ର

ଲକ୍ଷ୍ନୌ,୧୨।୩: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଏସ୍‌ପି ସୁପ୍ରିମୋ ମାୟାବତୀ ଗଣମାଧ୍ୟମ ଉପରେ ଜାତିଗତ ମନୋଭାବ ଆପଣାଉଥିବାର ଅଭିଯୋଗ କରିଛନ୍ତି। ଏଣୁ ବର୍ତ୍ତମାନଠାରୁ ତାଙ୍କ ଦଳର କୌଣସି ମୁଖପାତ୍ର ଟିଭି ଚ୍ୟାନେଲ ବିତର୍କରେ ଭାଗ ନେବେ ନାହିଁ ବୋଲି ମାୟାବତୀ କହିଛନ୍ତି। ଟିଭି ଚ୍ୟାନେଲଗୁଡ଼ିକ ଜାତିଗତ ଏଜେଣ୍ଡାକୁ ନେଇ ବିତର୍କ କରୁଥିବାରୁ ଏହା ତାଙ୍କ ଦଳକୁ ନିର୍ବାଚନରେ କ୍ଷତି ପହଞ୍ଚାଇଛି। ଏଥିପାଇଁ ତାଙ୍କ ଦଳ ସମସ୍ତ ଟିଭି ଚ୍ୟାନେଲ ବିତର୍କରୁ ଦୂରେଇ ରହିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ମାୟାବତୀ କହିଛନ୍ତି। ରାଜ୍ୟ ନିର୍ବାଚନର ଫଳାଫଳ ପ୍ରକାଶ ପାଇବାର ଦ୍ୱିତୀୟ ଦିନରେ ମାୟାବତୀ ଟୁଇଟ କରି ସେ ଗଣମାଧ୍ୟମ ବିରୋଧରେ ଅନେକ ଅଭିଯୋଗ ଆଣିଛନ୍ତି। ସେ ଲେଖିଛନ୍ତି, ୟୁପି ବିଧାନସଭା ନିର୍ବାଚନ ସମୟରେ ଗଣମାଧ୍ୟମ ଜାତିବାଦକୁ ନେଇ ଆମ୍ବେଦକରବାଦୀ ବିଏସ୍‌ପି ଆନ୍ଦୋଳନକୁ କ୍ଷତି ପହଞ୍ଚାଇବା ପାଇଁ କରାଯାଇଥିବା କାର୍ଯ୍ୟ କାହାରିଠାରୁ ଅଛୁପା ନାହିଁ। ଏଭଳି ସ୍ଥିତିରେ ଦଳର ମୁଖପାତ୍ରମାନଙ୍କୁ ନୂଆ ଦାୟିତ୍ୱ ଦିଆଯିବ। ଏଥିପାଇଁ ଦଳର ସବୁ ମୁଖପାତ୍ର ସୁଧୀର ଭଦୌରିଆ, ଧର୍ମବୀର ଚୌଧୁରୀ, ଡା.ଏମ୍‌ଏଚ୍‌ ଖାନ, ଶ୍ରୀ ଫୈଜାନ ଖାନ ଓ ସୀମା କୁଶୱା କୌଣସି ଟିଭି ବିତର୍କ କିମ୍ବା କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ ବୋଲି ମାୟାବତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri