ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ ମେୟର ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହେବେ। ଏଥିପାଇଁ କାଉନ୍‌ସିଲର ଓ ଅଧ୍ୟକ୍ଷ ପଦବୀ ସକାଶେ ଦୁଇ ସ୍ବତନ୍ତ୍ର ଭିନ୍ନ ରଙ୍ଗର ବାଲଟ ରହିବ। ପୌରାଞ୍ଚଳ ଜନସଂଖ୍ୟା ଆଧାରରେ ଅଧ୍ୟକ୍ଷ ପଦବୀ କେଉଁ ବର୍ଗର ହେବେ ତାହା ସ୍ଥିର କରାଯିବ। ଅଧ୍ୟକ୍ଷ ନିର୍ବାଚନ ଲାଗି ଗୋଟିଏ ଏବଂ ଓ୍ବାର୍ଡ କାଉନସିଲର ନିର୍ବାଚନ ଲାଗି ଅନ୍ୟ ଗୋଟିଏ ଏହିପରି ଦୁଇଟି ଅଲଗା ଅଲଗା ବକ୍ସ ପ୍ରତ୍ୟେକ ଭୋଟ ଗ୍ରହଣ କେନ୍ଦ୍ରରେ ରହିବ।
ସ୍ଥାନ ସଂରକ୍ଷଣକୁ ନେଇ ଗତ ୩ ବର୍ଷ ହେବ ରାଜ୍ୟରେ ପୌର ନିର୍ବାଚନ ହୋଇପାରି ନାହିଁ। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ପୌର ନିର୍ବାଚନ ବିଳମ୍ବକୁ ନେଇ ଭାଜପା ହାଇକୋର୍ଟର ଦ୍ୱାରସ୍ଥ ହୋଇଛି। ଏହାପରେ ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଓଡ଼ିଶା ପୌରପାଳିକା ଅଧିନିୟମର ପୁନଃସଂଶୋଧନ ଚିଠା ଆଇନର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହିତ ଓ୍ବାର୍ଡ ସୀମା, ପୁନଃ ସୀମା ନିର୍ଦ୍ଧାରଣ, ସ୍ଥାନ ସଂରକ୍ଷଣ ଓ ନିର୍ବାଚନ ପରିଚାଳନାକୁ ନେଇ ଏହି ବିଜ୍ଞପ୍ତି ଜାରି କରାଯାଇଛି। ଶୁକ୍ରବାରଠାରୁ ୩୦ ଦିନ ମଧ୍ୟରେ ଏନେଇ ଜନସାଧାରଣଙ୍କ ନିକଟରୁ ଆପତ୍ତି ଅଭିଯୋଗ ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri