ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ ମେୟର ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହେବେ। ଏଥିପାଇଁ କାଉନ୍‌ସିଲର ଓ ଅଧ୍ୟକ୍ଷ ପଦବୀ ସକାଶେ ଦୁଇ ସ୍ବତନ୍ତ୍ର ଭିନ୍ନ ରଙ୍ଗର ବାଲଟ ରହିବ। ପୌରାଞ୍ଚଳ ଜନସଂଖ୍ୟା ଆଧାରରେ ଅଧ୍ୟକ୍ଷ ପଦବୀ କେଉଁ ବର୍ଗର ହେବେ ତାହା ସ୍ଥିର କରାଯିବ। ଅଧ୍ୟକ୍ଷ ନିର୍ବାଚନ ଲାଗି ଗୋଟିଏ ଏବଂ ଓ୍ବାର୍ଡ କାଉନସିଲର ନିର୍ବାଚନ ଲାଗି ଅନ୍ୟ ଗୋଟିଏ ଏହିପରି ଦୁଇଟି ଅଲଗା ଅଲଗା ବକ୍ସ ପ୍ରତ୍ୟେକ ଭୋଟ ଗ୍ରହଣ କେନ୍ଦ୍ରରେ ରହିବ।
ସ୍ଥାନ ସଂରକ୍ଷଣକୁ ନେଇ ଗତ ୩ ବର୍ଷ ହେବ ରାଜ୍ୟରେ ପୌର ନିର୍ବାଚନ ହୋଇପାରି ନାହିଁ। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ପୌର ନିର୍ବାଚନ ବିଳମ୍ବକୁ ନେଇ ଭାଜପା ହାଇକୋର୍ଟର ଦ୍ୱାରସ୍ଥ ହୋଇଛି। ଏହାପରେ ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଓଡ଼ିଶା ପୌରପାଳିକା ଅଧିନିୟମର ପୁନଃସଂଶୋଧନ ଚିଠା ଆଇନର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହିତ ଓ୍ବାର୍ଡ ସୀମା, ପୁନଃ ସୀମା ନିର୍ଦ୍ଧାରଣ, ସ୍ଥାନ ସଂରକ୍ଷଣ ଓ ନିର୍ବାଚନ ପରିଚାଳନାକୁ ନେଇ ଏହି ବିଜ୍ଞପ୍ତି ଜାରି କରାଯାଇଛି। ଶୁକ୍ରବାରଠାରୁ ୩୦ ଦିନ ମଧ୍ୟରେ ଏନେଇ ଜନସାଧାରଣଙ୍କ ନିକଟରୁ ଆପତ୍ତି ଅଭିଯୋଗ ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri