ଏକୁଟିଆ ହୋଇଗଲେ ମେୟର: ପ୍ରତିବାଦ ସ୍ଥଳରେ ନ ଥିଲେ ବାରବାଟୀ-କଟକର ଆଗଧାଡ଼ିର ନେତା

କଟକ,୭।୩(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସରକାରଙ୍କ ପକ୍ଷରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ଓ ଛୁଟି ବାତିଲକୁ ନେଇ ଗୁରୁବାର ବିଜେଡି ରାଜ୍ୟବ୍ୟାପୀ ପ୍ରତିବାଦ କରିଛି। ଏହି ଅବସରରେ ବାରବାଟୀ-କଟକ ବିଜେଡି ପକ୍ଷରୁ ସିଡିଏସ୍ଥିତ ବିଜୁ ପଟ୍ଟନାୟକ ପାର୍କ ନିକଟରେ ପ୍ରତିବାଦ ସହ ଧାରଣା ଦିଆଯାଇଥିଲା। ଏଥିରେ କଟକ ମହାନଗର ନିଗମ(ସିଏମ୍‌ସି)ମେୟର ସୁବାସ ସିଂ ଯୋଗଦେଇଥିଲେ। ବାରବାଟୀ-କଟକ ବିଜେଡି ପକ୍ଷରୁ ପ୍ରତିବାଦ କରାଯାଉଥିବା ସମ୍ପର୍କରେ ବ୍ୟାନରେ ଲେଖାଯାଇଥିଲା। ହେଲେ ଏହି କାର୍ଯ୍ୟକ୍ରମରେ ବିଜେଡି କଟକ ଜିଲା ସଭାପତି ତଥା ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ, ନଗର ସଭାପତି ମଧୁସୂଦନ ଦାସଙ୍କ ସମେତ ବରିଷ୍ଠ ନେତା ଓ ବାରବାଟୀ-କଟକର ପ୍ରାୟତଃ କର୍ପୋରେଟରଙ୍କୁ ଦେଖିବାକୁ ମିଳି ନ ଥିଲା। ଏପରି କି ଯୁବ ଛାତ୍ରନେତା ମଧ୍ୟ ଯୋଗ ଦେଇ ନ ଥିଲେ। ତେବେ ପୂର୍ବରୁ କେତେକ କାର୍ଯ୍ୟକ୍ରମରେ ଦେବାଶିଷ ଓ ସୁବାସଙ୍କୁ ଏକାଠି ଦେଖିବାକୁ ମିଳି ନ ଥିବାବେଳେ ଦଳ ପକ୍ଷରୁ ଏହି ରାଜ୍ୟବ୍ୟାପୀ ପ୍ରତିବାଦ କାର୍ଯ୍ୟକ୍ରମରେ ମଧ୍ୟ ସମାନ ସ୍ଥିତି ନଜରକୁ ଆସିଛି। ସୁବାସଙ୍କ ସହିତ ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର କେତେଜଣ ହାତଗଣତି କର୍ପୋରେଟର ଉପସ୍ଥିତ ରହି କାର୍ଯ୍ୟକ୍ରମ ସମାପନ କରିଥିଲେ। ତେବେ ବିଜେଡି ସରକାରରୁ ଯିବା ପରେ କଟକରେ ଦଳରେ କନ୍ଦଳ ଦେଖାଦେଇଛି। ଏପରି କି ନେତାଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କରେ ମେୟର ସୁବାସ କହିଛନ୍ତି, ରାଜ୍ୟବ୍ୟାପୀ ପ୍ରତିବାଦ କାର୍ଯ୍ୟକ୍ରମକୁ ସିଏମ୍‌ସି ଅଧୀନ ୩ ନମ୍ବର ଓ୍ବାର୍ଡର ସଭାପତି ମନୋରଞ୍ଜନ ମହାପାତ୍ର ଆୟୋଜନ କରିଥିଲେ। ମୁଁ କେବଳ କାର୍ଯ୍ୟକ୍ରମରେ ଯୋଗଦେଇଛି। ଦଳ କିମ୍ବା ନେତାଙ୍କ ମଧ୍ୟରେ କୌଣସି ବିବାଦ ନାହିଁ। ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ସମସ୍ତେ ଏକାଠି ଥିଲୁ ବୋଲି ସୁବାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri