ଏକୁଟିଆ ହୋଇଗଲେ ମେୟର: ପ୍ରତିବାଦ ସ୍ଥଳରେ ନ ଥିଲେ ବାରବାଟୀ-କଟକର ଆଗଧାଡ଼ିର ନେତା

କଟକ,୭।୩(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସରକାରଙ୍କ ପକ୍ଷରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ଓ ଛୁଟି ବାତିଲକୁ ନେଇ ଗୁରୁବାର ବିଜେଡି ରାଜ୍ୟବ୍ୟାପୀ ପ୍ରତିବାଦ କରିଛି। ଏହି ଅବସରରେ ବାରବାଟୀ-କଟକ ବିଜେଡି ପକ୍ଷରୁ ସିଡିଏସ୍ଥିତ ବିଜୁ ପଟ୍ଟନାୟକ ପାର୍କ ନିକଟରେ ପ୍ରତିବାଦ ସହ ଧାରଣା ଦିଆଯାଇଥିଲା। ଏଥିରେ କଟକ ମହାନଗର ନିଗମ(ସିଏମ୍‌ସି)ମେୟର ସୁବାସ ସିଂ ଯୋଗଦେଇଥିଲେ। ବାରବାଟୀ-କଟକ ବିଜେଡି ପକ୍ଷରୁ ପ୍ରତିବାଦ କରାଯାଉଥିବା ସମ୍ପର୍କରେ ବ୍ୟାନରେ ଲେଖାଯାଇଥିଲା। ହେଲେ ଏହି କାର୍ଯ୍ୟକ୍ରମରେ ବିଜେଡି କଟକ ଜିଲା ସଭାପତି ତଥା ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ, ନଗର ସଭାପତି ମଧୁସୂଦନ ଦାସଙ୍କ ସମେତ ବରିଷ୍ଠ ନେତା ଓ ବାରବାଟୀ-କଟକର ପ୍ରାୟତଃ କର୍ପୋରେଟରଙ୍କୁ ଦେଖିବାକୁ ମିଳି ନ ଥିଲା। ଏପରି କି ଯୁବ ଛାତ୍ରନେତା ମଧ୍ୟ ଯୋଗ ଦେଇ ନ ଥିଲେ। ତେବେ ପୂର୍ବରୁ କେତେକ କାର୍ଯ୍ୟକ୍ରମରେ ଦେବାଶିଷ ଓ ସୁବାସଙ୍କୁ ଏକାଠି ଦେଖିବାକୁ ମିଳି ନ ଥିବାବେଳେ ଦଳ ପକ୍ଷରୁ ଏହି ରାଜ୍ୟବ୍ୟାପୀ ପ୍ରତିବାଦ କାର୍ଯ୍ୟକ୍ରମରେ ମଧ୍ୟ ସମାନ ସ୍ଥିତି ନଜରକୁ ଆସିଛି। ସୁବାସଙ୍କ ସହିତ ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର କେତେଜଣ ହାତଗଣତି କର୍ପୋରେଟର ଉପସ୍ଥିତ ରହି କାର୍ଯ୍ୟକ୍ରମ ସମାପନ କରିଥିଲେ। ତେବେ ବିଜେଡି ସରକାରରୁ ଯିବା ପରେ କଟକରେ ଦଳରେ କନ୍ଦଳ ଦେଖାଦେଇଛି। ଏପରି କି ନେତାଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କରେ ମେୟର ସୁବାସ କହିଛନ୍ତି, ରାଜ୍ୟବ୍ୟାପୀ ପ୍ରତିବାଦ କାର୍ଯ୍ୟକ୍ରମକୁ ସିଏମ୍‌ସି ଅଧୀନ ୩ ନମ୍ବର ଓ୍ବାର୍ଡର ସଭାପତି ମନୋରଞ୍ଜନ ମହାପାତ୍ର ଆୟୋଜନ କରିଥିଲେ। ମୁଁ କେବଳ କାର୍ଯ୍ୟକ୍ରମରେ ଯୋଗଦେଇଛି। ଦଳ କିମ୍ବା ନେତାଙ୍କ ମଧ୍ୟରେ କୌଣସି ବିବାଦ ନାହିଁ। ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ସମସ୍ତେ ଏକାଠି ଥିଲୁ ବୋଲି ସୁବାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri