ନବୀନଙ୍କୁ ଭେଟିଲେ ମେୟର, ଏମ୍‌ପି ପ୍ରାର୍ଥୀ

ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ସୋମବାର ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ସମସ୍ତ ବିଜେଡି କର୍ପୋରେଟର, ମଧ୍ୟ ଓ ଏକାମ୍ର ନିର୍ବାଚନମଣ୍ଡଳୀର ୪ଜଣ କର୍ପୋରେଟର, ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟ ନବୀନ ନିବାସ ଯାଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତେବେ ଭୁବନେଶ୍ୱର ମଧ୍ୟ ଏବଂ ଏକାମ୍ର ନିର୍ବାଚନମଣ୍ଡଳୀର ଅନ୍ୟ ବିଜେଡି କର୍ପୋରେଟର ଓ ବିଧାୟକ ନ ଯିବାକୁ ନେଇ ଆଲୋଚନା ଜୋର୍‌ ଧରିଛି। ଚଳିତ ସାଧାରଣ ନିର୍ବାଚନରେ ବିଜେଡିର ୨ଜଣ କର୍ପୋରେଟର ଖୋଲାଖୋଲି ଭାବେ ଦଳର ନେତୃତ୍ୱକୁ ବିରୋଧ କରିବା ସହ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିଲେ। ତେଣୁ ଯେଉଁମାନଙ୍କ ପାଇଁ ଏକାମ୍ରରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଅଶୋକ ପଣ୍ଡା ହାରିଲେ ଏବଂ ମଧ୍ୟ ନିର୍ବାଚନମଣ୍ଡଳୀରେ ଅନନ୍ତ ଜେନା ବହୁ କମ୍‌ ଭୋଟରେ ଜିତିଲେ, ସେମାନଙ୍କ ସହ ନବୀନଙ୍କ ପାଖକୁ ଯିବେ ନାହିଁ ବୋଲି ଏହି ଦୁଇ ନିର୍ବାଚନମଣ୍ଡଳୀର ବିଜେଡି କର୍ପୋରେଟରମାନେ ସ୍ଥିର କରିଥିଲେ। ପ୍ରଥମେ ଏକାମ୍ରର ସମସ୍ତ କର୍ପୋରେଟର ନିଜ ଭିତରେ ଆଲୋଚନା କରି ଏଥିରେ ସାମିଲ ନ ହେବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କ ଦେଖାଦେଖି ମଧ୍ୟ ନିର୍ବାଚନମଣ୍ଡଳୀର କର୍ପୋରେଟରମାନେ ମଧ୍ୟ ଏଥିରୁ ଦୂରେଇ ରହିଥିଲେ। ତେଣୁ ନିଜ ନିର୍ବାଚନମଣ୍ଡଳୀର କର୍ପୋରେଟଙ୍କ ନିଷ୍ପତ୍ତିକୁ ଗୁରୁତ୍ୱ ଦେଇ ବିଧାୟକମାନେ ଏଥିରୁ ଦୂରେଇ ରହିଥିବା କେତେଜଣ କର୍ପୋରେଟର କହିଛନ୍ତି। ମେୟରଙ୍କ ପକ୍ଷରୁ ୫୭ଜଣ କର୍ପୋରେଟରଙ୍କୁ ଫୋନ୍‌ ଯୋଗେ ଏକାଠି ହେବାକୁ କୁହାଯାଇଥିଲା। ତେବେ ସମ୍ପୃକ୍ତ ଦୁଇ କର୍ପୋରେଟରଙ୍କ ପାଇଁ ୨ଟି ନିର୍ବାଚନମଣ୍ଡଳୀର କର୍ପୋରେଟର ଏଥିରୁ ନିଜକୁ ଦୂରେଇ ରଖିଥିବା କୁହାଯାଉଛି।
ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନରେ ବିଜେଡି ପରାଜୟ ସ୍ବୀକାର କରିଥିଲେ ମଧ୍ୟ ତୃଣମୂଳ ସ୍ତରରେ ବିଜେଡିର ସମସ୍ତ କର୍ପୋରେଟର ଏକାଠି ଅଛନ୍ତି ଏବଂ ସମସ୍ତେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସହ ରହିଛନ୍ତି ବୋଲି ଜଣାଇବା ପାଇଁ ଏହି କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା। ଏଥିସହ ସମସ୍ତେ ଦଳର ମୁଖିଆଙ୍କ ପାଖକୁ ଯାଇ ତାଙ୍କ ମନୋବଳ ବଢାଇବା ସହ ଆଗାମୀ ଦିନ ପାଇଁ ଋଣନୀତି ପ୍ରସ୍ତୁତ କରିବାକୁ ଯୋଜନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri