ରାଷ୍ଟ୍ରପତିଙ୍କୁ ଭେଟିଲେ କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା

କେନ୍ଦୁଝର, ୧୭ା୯(ସ୍ବ.ପ୍ର.): ରାଷ୍ଟ୍ରପତି ଭବନରୁ ଡକରା ପାଇ ନୂଆଦିଲ୍ଲୀ ଯାଇଥିବା କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ନିକୁ ସାହୁ ଶୁକ୍ରବାର ସାରେ ରାଇସିନା ହିଲ୍‌ରେ ପହଞ୍ଚତ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସାକ୍ଷାତ ସମୟରେ ରାଷ୍ଟ୍ରପତିଙ୍କୁ ମା’ ତାରିଣୀଙ୍କ ଫଟୋ ପ୍ରଦାନ କରିଛନ୍ତି। ଜିଲାରେ ଆବଶ୍ୟକ ଥିବା ଇସ୍ପାତ କାରଖାନା, ଏୟାରଷ୍ଟ୍ରିପ୍‌ ବିଷୟରେ ଅବଗତ କରିବା ସହ ହୋଲ୍ଡିଂ ଟ୍ୟାକ୍ସ, ଟ୍ରକ୍‌, ସ୍ଲରୀ ପାଇପ ଲାଇନ ଆଦି ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ସାକ୍ଷାତ୍‌ ସମୟରେ ଜିତେନ୍ଦ୍ର ସାହୁ ଉପସ୍ଥିତ ଥିଲେ। ତିନି ଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସେଣ୍ଟ୍ରାଲ ଭିଷ୍ଟା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ପରେ ଶୁକ୍ରବାର ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ଆମନ୍ତ୍ରଣ ମିଳିଥିଲା। ଶନିବାର କେନ୍ଦୁଝର ତଥା ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ସହ ଭାଜପା ମୁଖ୍ୟାଳୟରେ ବରିଷ୍ଠ ନେତାଙ୍କୁ ସେ ଭେଟିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri