Posted inଜାତୀୟ

ସ୍ବାମୀ ଲାଞ୍ଚ ନେଇ ଧରାପଡ଼ିବାରୁ ବିଦାହେଲେ ମେୟର

ଜୟପୁର,୭ା୮: ସ୍ବାମୀ ଲାଞ୍ଚ ନେଉଥିବାବେଳେ ଧରାପଡ଼ିବାରୁ ତାଙ୍କ ସ୍ତ୍ରୀ ମୁନେଶ ଗୁର୍ଜାରଙ୍କୁ ରାଜସ୍ଥାନ ସରକାର ଜୟପୁର ହେରିଟେଜ୍‌ ମ୍ୟୁନିସିପାଲ କର୍ପୋରେଶନ୍‌ର ମେୟର ପଦରୁ ବିଦା କରିଛନ୍ତି। ଜଣେ ବ୍ୟକ୍ତିଙ୍କୁ ଜମି ଲିଜ୍‌ କରାଇଦେବା ପାଇଁ ମେୟରଙ୍କ ସ୍ବାମୀ ସୁଶୀଲ ଗୁର୍ଜାର ଶନିବାର ୨ ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଦୁର୍ନୀତି ନିବାରଣ ବିଭାଗ ତାଙ୍କୁ ଧରିଥିଲା। ତାଙ୍କୁ ୨୩ ନମ୍ବର ଓ୍ବାର୍ଡର ସଭ୍ୟ ପଦରୁ ମଧ୍ୟ ନିଲମ୍ବନ କରାଯାଇଛି। ସୁଶୀଲ ଘରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବାବେଳେ ମେୟର ଘର ଭିତରେ ଥିଲେ।

ତାଙ୍କ ଘରେ ଚଢ଼ାଉ କରାଯାଇ ୪୦ ଲକ୍ଷ ଟଙ୍କା ଜବତ ହୋଇଛି। ତେଣୁ ଲାଞ୍ଚ କାରବାରରେ ମେୟର ସମ୍ପୃକ୍ତ ଥିବା ଏବଂ ସେ ତଦନ୍ତକୁ ପ୍ରଭାବିତ କରିବା ଆଶଙ୍କା ଥିବାରୁ ତାଙ୍କୁ ବହିଷ୍କାର କରାଯାଇଥିବା ନିର୍ଦ୍ଦେଶନାମାରେ କୁହାଯାଇଛି। ଦୁର୍ନୀତି ନିବାରଣ ବିଭାଗ ସୁଶୀଲଙ୍କ ସମେତ ଅନ୍ୟ ୨ ଜଣଙ୍କୁ ଗିରଫ କରି ଜେରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri