ଡ୍ରେନ କାର୍ଯ୍ୟର ସମୀକ୍ଷା କଲେ ମେୟର

ଭୁବନେଶ୍ୱର, ୨୫।୩ (ବ୍ୟୁରୋ): ବର୍ଷା ଦିନକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଡ୍ରେନ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଇବା ସହିତ ପଙ୍କ ଉଦ୍ଧାର ପାଇଁ ଯୋଜନା ପ୍ରସ୍ତୁତ କରୁଛି। ନିୟମିତ ଭାବେ ବିଏମ୍‌ସି କର୍ତ୍ତୃପକ୍ଷ ତିନୋଟି ଜୋନ୍‌ରେ ଚାଲୁ ରହିଥିବା ଡ୍ରେନ ମରାମତି ଓ ନିର୍ମାଣକୁ ପ୍ରଦକ୍ଷିଣ କରୁଛନ୍ତି। ଏହି କ୍ରମରେ ଶୁକ୍ରବାର ମେୟର ସୁଲୋଚନା ଦାସ ଦକ୍ଷିଣ-ପୂର୍ବ ଜୋନ୍‌ର ୱାର୍ଡ ନଂ. ୪୪ ଓ ୫୭ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ। ୱାର୍ଡ ନଂ. ୪୪ରୁ ବଡ଼ଗଡ଼ କଳିଙ୍ଗ ବସ୍ତି, ଝରଣାସାହି ଏବଂ ଚାରିଛକ ଅଞ୍ଚଳରେ ଚାଲୁ ରହିଥିବା ଡ୍ରେନ କାର୍ଯ୍ୟ ବୁଲି ଦେଖିଥିଲେ। ଚାରିଛକଠାରୁ ଝରଣାସାହି ପର୍ଯ୍ୟନ୍ତ ଚାଲୁ ରହିଥିବା ଡ୍ରେନ କାର୍ଯ୍ୟ ଶେଷ ହେଲେ କଳିଙ୍ଗବସ୍ତି, ଝରଣାସାହି, ଭାସ୍କରେଶ୍ୱର କଲୋନି, ବଡ଼ଗଡ଼ ବ୍ରିଟ କଲୋନି ଓ ବଡ଼ଗଡ଼ ଗ୍ରାମର ପ୍ରାୟ ୧୦ ହଜାର ନାଗରିକ ଉପକୃତ ହେବେ। ତେଣୁ ଧାର୍ଯ୍ୟ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ ମେୟର ତାଗିଦ୍‌ କରିଥିଲେ। ଏହାପରେ ଜଗନ୍ନାଥ ଆଶ୍ରମ ନିକଟରେ ପୂର୍ତ୍ତ ବିଭାଗ ପକ୍ଷରୁ ଚାଲୁଥିବା ନାଳ କାର୍ଯ୍ୟ ବୁଲି ଦେଖିଥିଲେ। ନାଗରିକ ହିତ ଦୃଷ୍ଟିରୁ ଆବଶ୍ୟକ ପଦକ୍ଷେପ ନେବା ଓ ଯଥା ସମ୍ଭବ ଜଳବନ୍ଦୀକୁ ଏଡାଇବାର ଚେଷ୍ଟା ଜାରି ରହିଛି ବୋଲି ମେୟର କହିଛନ୍ତି। ଏଥିସହ ନାଳରେ ବର୍ଜ୍ୟବସ୍ତୁ ନ ଫିଙ୍ଗିବା ପାଇଁ ମଧ୍ୟ ସେ ଅନୁରୋଧ କରିଛନ୍ତି। ସେହିପରି ଆଗାମୀ ମୌସୁମୀକୁ ଦୃଷ୍ଟିରେ ରଖି ବିଭିନ୍ନ ନାଳରୁ ଆବଶ୍ୟକ ପରିମାଣର ପଙ୍କୋଦ୍ଧାର ପାଇଁ ବିଏମ୍‌ସିର ଯୋଜନା ପ୍ରସ୍ତୁତ ହୋଇଛି। ନିକଟରେ ଏଥିପାଇଁ ଟେଣ୍ଡର ଆହ୍ବାନ କରାଯିବ ବୋଲି ବିଏମ୍‌ସି ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri