ପଟ ପରିବର୍ତ୍ତନ ଆଡ଼କୁ ମୟୂରଭଞ୍ଜ ରାଜନୀତି

ବାରିପଦା,୫ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସାଧାରଣ ନିର୍ବାଚନ ପରେ ରାଜ୍ୟରେ ସରକାର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାକୁ ମଧ୍ୟ ଭାଜପା ସମ୍ପୂର୍ଣ୍ଣ ଦଖଲ କରିଛି। ଜିଲାରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଥିବା ବେଳେ ଏବେ ପଟ୍ଟ ପରିର୍ତ୍ତନର ପବନ ବହିବାରେ ଲାଗିଛି। ପରାଜିତ ଦଳର ନେତା, କର୍ମୀ ଓ ଠିକାଦାର ଗୋଷ୍ଠୀ ଭାଜପା ପ୍ରତି ଆକର୍ଷିତ ହେବାରେ ଲାଗିଛନ୍ତି। ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ମୟୂରଭଞ୍ଜ ଗସ୍ତ ବେଳେ ବାରିପଦାସ୍ଥିତ ସର୍କିଟ ହାଉସ୍‌ରେ ଅନ୍ୟଦଳର ନେତା ଓ କର୍ମୀ ଗହଳି ଲଗାଇବା ଘଟଣାରୁ ଏହା ଅନୁମାନ କରାଯାଉଛି। ବିଜେଡି ଅସନ୍ତୁଷ୍ଟ ଗୋଷ୍ଠୀର କେତେଜଣ ନେତା ଓ କର୍ମୀ ଭାଜପା ଦଳରେ ନିଜକୁ ସମର୍ପି ଦେବାକୁ ଯୋଜନା ଆରମ୍ଭ କରିଛନ୍ତି। ଠିକାଦାର ଗୋଷ୍ଠୀ ନିଜ ସ୍ବାର୍ଥ ପାଇଁ ମନ୍ତ୍ରୀଙ୍କ ନିକଟତର ହେବାରେ ଲାଗିଛନ୍ତି, ଯାହାକୁ ନେଇ ଗୁଞ୍ଜରଣ ସୃଷ୍ଟି ହେବାରେ ଲାଗିଛି।
ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଜଣ ମନ୍ତ୍ରୀଙ୍କୁ ୩୦ ଜିଲା ଗସ୍ତ କରି ଜନହିତକର ଯୋଜନାର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ମୟୂରଭଞ୍ଜ ଜିଲାକୁ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଖାଦ୍ୟ ଓ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡା.କୃଷ୍ଣଚନ୍ଦ୍ର ମହାପାତ୍ର ଆସିଥିବା ବେଳେ ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ, ମୟୂରଭଞ୍ଜ ଏମ୍‌ପି ନବ ଚରଣ ମାଝୀ ଓ ସମସ୍ତ ବିଧାୟକଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା ା ତେବେ ମନ୍ତ୍ରୀଙ୍କ ବିଶ୍ରାମ ପାଇଁ ସର୍କିଟ ହାଉସରେ ବ୍ୟବସ୍ଥା କରାଯାଇଥିବା ବେଳେ ପ୍ରବଳ ଗହଳି ପରିଲଖିତ ହୋଇଥିଲା। ଭିଡ଼କୁ ଦେଖିବା ପରେ ଜିଲାରେ ଭାଜପାର ଶକ୍ତି ବଢ଼ିଥିବା ଅନୁମାନ କରାଯାଇଥିଲା। ମାତ୍ର ଏହି ଭିଡ଼ ମଧ୍ୟରେ ଜଣେ ପୂର୍ବତନ ମନ୍ତ୍ରୀଙ୍କ ଖାସ୍‌ କର୍ମୀ ଓ ଠିକାଦାରଙ୍କ ସଂଖ୍ୟା ଅଧିକ ଥିଲା। ଯାହାକି ରାଜନୀତିରେ ପଟ୍ଟ ପରିବର୍ତ୍ତନର ପବନ ବୋହିବାରେ ଲାଗିଥିବା ଆଲୋଚନା ହେଉଛି। ପୂର୍ବତନ ରାଜ୍ୟସଭା ସଦସ୍ୟା ମମତା ମହାନ୍ତ ବିଜେଡି ଛାଡ଼ିବା ପରେ ଏବେ ଜିଲା ବିଜେଡି ନେତାମାନେ ଏପଟ ସେପଟ ହେଉଥିବା ଦେଖିବାକୁ ମିଳୁଛି। ସାଙ୍ଗଠନିକ କାର୍ଯ୍ୟକ୍ରମରେ ଅନୁପସ୍ଥିତ ରହୁଥିବା ଦେଖିବାକୁ ମିଳୁଛି। ମମତା ଦଳରୁ ଇସ୍ତଫା ଦେବା ପରେ ପରାଜିତ ବିଧାୟକ ପ୍ରାର୍ଥୀଙ୍କ ସମେତ ବିଜେଡି ନେତୃବୃନ୍ଦ ନବୀନ ନିବାସରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ମାତ୍ର ସେହି ନେତୃବୃନ୍ଦଙ୍କ ଭିତରେ ପୂର୍ବତନ ମନ୍ତ୍ରୀ ସୁଦାମ ମାର୍ଣ୍ଡି କମ୍ବା ତାଙ୍କ ସ୍ତ୍ରୀ ରଞ୍ଜିତା ମାର୍ଣ୍ଡିଙ୍କ ଅନୁପସ୍ଥିତକୁ ନେଇ ଜିଲା ରାଜନୀତି ସରଗରମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri