ମୟୂରଭଞ୍ଜର ଶିଶୁ କନ୍ୟାଙ୍କ ନାମରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ

ବାରିପଦା ଅଫିସ,୧୮ା୭: ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ, ପ୍ରମାଣପତ୍ର, ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ ପୁସ୍ତକ ସହିତ ପରିଚୟପତ୍ର ମିଳିଛି। କଳା ଓ ସଂସ୍କୃତିର ମାଟି ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଘାଗରବେଡ଼ା ପଞ୍ଚାୟତ ବାଟିସାହିର ବାପା ସୁବ୍ରତ ମହାନ୍ତ ଓ ମା’ ତୃପ୍ତିଲତାଙ୍କ ଝିଅ ଶ୍ରେୟାସୀ।
୨ବର୍ଷ ୭ମାସର କୁନି ଝିଅ ଶ୍ରେୟାସୀ ଇଂଲିଶ ବର୍ଣ୍ଣମାଳାର ଏରୁ ଜେଡ୍‌ ପର୍ଯ୍ୟନ୍ତ ସ୍ପଷ୍ଟ ଉଚ୍ଚାରଣ କରିବା ସହିତ ୧୦ ପ୍ରକାର ପ୍ରାଣୀ, ୭ ଖାଦ୍ୟ, ୭ ରଙ୍ଗ, ସପ୍ତାହର ୭ଦିନ, ଓଡ଼ିଆ ବର୍ଣ୍ଣମାଳାର ୧୦ଟି ଅକ୍ଷର ସ୍ପଷ୍ଟ ଚିହ୍ନଟ କରି କହି ପାରୁଛନ୍ତି। ଏ ସଂକ୍ରାନ୍ତୀୟ ଏକ ଭିଡିଓ ଗତ ଜୁନ ୨୧ରେ ବାପା ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସକୁ ପଠାଇଥିଲେ। ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହେବା ପରେ ଚୂଡାନ୍ତ ପର୍ଯ୍ୟାୟରେ ଜୁନ ୨୩ରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଥିବା ନେଇ ତାଙ୍କ ନାମ ଘୋଷଣା ହୋଇଥିଲା  । ଜୁଲାଇ ୧୭ରେ ତାଙ୍କ ନିକଟକୁ ସମସ୍ତ ପ୍ରମାଣପତ୍ର ଆସିବା ପରେ ପରିବାର ତଥା ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଶ୍ରେୟାସୀଙ୍କ ବାପା ସୁବ୍ରତ ଦିଲ୍ଲୀଠାରେ ଇଣ୍ଡୋ-ତିବ୍ବତାନ (ଆଇଟିବିପି)ର ପାରାମେଡିକାଲ ବିଭାଗରେ କାର୍ଯ୍ୟରତ। ତାଙ୍କ ମା’ ଜଣେ ଗୃହିଣୀ। ଶ୍ରେୟାସୀ ବର୍ତ୍ତମାନ ମା’ବାପାଙ୍କ ସହିତ ଦିଲ୍ଲୀରେ ରହୁଛନ୍ତି। ଅଳ୍ପ ବୟସରେ ନୂଆ ଜିନିଷ ଶିଖିବାରେ ଆଗ୍ରହ ଓ ବିଚକ୍ଷଣ ସ୍ମୃତିଶକ୍ତି ପାଇଁ ଶ୍ରେୟାସୀଙ୍କୁ ଏହି ସଫଳତା ମିଳିଛି। ଏତେ କମ୍‌ ବୟସରେ ସେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନାମ ଯୋଡ଼ିଥିବାରୁ କେବଳ ମୟୂରଭଞ୍ଜ ନୁହେଁ ସମଗ୍ର ଭାରତବର୍ଷରେ ଗୌରବ ବୃଦ୍ଧି କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri