ପୋଲିସ ଉପରକୁ ଅଣ୍ଡାମାଡ଼

ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍‌ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ଠେଲାପେଲାରେ ୨ଜଣ କର୍ମୀ ଆହତ ହୋଇଛନ୍ତି। ପୋଲିସ ଉପରକୁ ଏଭଳି ଅଣ୍ଡାମାଡ଼ ଘଟଣାକୁ ଜିଲାର ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଭାଜପା ପକ୍ଷରୁ ଏହାକୁ ଅସ୍ବୀକାର କରାଯାଇଥିବା ବେଳେ ଜିଲା ରାଜନୀତି ସରଗରମ ହେବାରେ ଲାଗିଛି।
ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବାରିପଦା ଗସ୍ତ ସମୟରେ ଭାଜପା କର୍ମୀଙ୍କୁ ବିଜେଡି କର୍ମୀମାନେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଦୋଷୀଙ୍କ ଗିରଫ ଦାବି ଓ ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଭାଜପା ଯୁବ ମୋର୍ଚ୍ଚାର ଶତାଧିକ କର୍ମକର୍ତ୍ତା ମଧୁବନଠାରୁ ଏକ ରାଲିରେ ଆସି ଏସ୍‌ପି ଅଫିସ ସମ୍ମୁଖରେ ପହଞ୍ଚିିଥିଲେ। କାର୍ଯ୍ୟାଳୟଠାରୁ ଶହେ ମିଟର ଦୂର ଉଭୟ ପାର୍ଶ୍ୱରେ ବ୍ୟାରିକେଡ୍‌ ନିର୍ମାଣ କରାଯାଇ ପୋଲିସ ଛାଉଣି କରାଯାଇଥିଲା। ଫଳରେ ବିକ୍ଷୋଭକାରୀମାନେ କାର୍ଯ୍ୟାଳୟ ମଧ୍ୟକୁ ପ୍ରବେଶ କରିପାରି ନ ଥିଲେ। ବାରିପଦା, ସାରସକଣା, ଉଦଳା ଓ ବଡ଼ସାହି ବିଧାୟକଙ୍କ ସହ ବରିଷ୍ଠ ଭାଜପା ନେତୃବୃନ୍ଦ ଏସ୍‌ପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବେ ବୋଲି କହିବାରୁ ପୋଲିସ କର୍ମଚାରୀମାନେ ପ୍ରତିରୋଧ କରିଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ସହ ଠେଲାପେଲା ପରେ ଭାଜପା କର୍ମୀମାନେ ଅଣ୍ଡା ମାଡ଼ କରିଥିଲେ। ତେବେ ଏହି ଅଣ୍ଡା ମାଡ଼ ଘଟଣାକୁ ଭାଜପା ପକ୍ଷରୁ ଖଣ୍ଡନ କରାଯାଇଛି। ଭାଜପା ଜିଲା (ପୂର୍ବ) ସଭାପତି କାନ୍ଦରା ସୋରେନ କୁହନ୍ତି ଶାନ୍ତିଶୃଙ୍ଖଳାର ସହ ଦାବିପତ୍ର ଦେବାକୁ ଯାଉଥିବା ଭାଜପା କର୍ମୀମାନେ ଅଣ୍ଡା ମାଡ଼ ଘଟଣାରେ ଜଡ଼ିତ ନାହାନ୍ତି। ଅବସରପ୍ରାପ୍ତ ଏସ୍‌ପି ବ୍ରହ୍ମାନନ୍ଦ ଦଣ୍ଡପାଟ କୁହନ୍ତି, କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ଉପରକୁ ଅଣ୍ଡାମାଡ଼ କରିବା ଅତ୍ୟନ୍ତ ନିନ୍ଦନୀୟ। ପୋଲିସ ନିଜର କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଅଣ୍ଡା ମାଡ଼ କରି ଆନ୍ଦୋଳନକାରୀ କେବେ ସେମାନଙ୍କ ଉଦ୍ଦେଶ୍ୟ ସଫଳ କରିପାରିବେ ନାହିଁ। ଆଇନଜୀବୀ ପରମାନନ୍ଦ ଷଡ଼ଙ୍ଗୀ କୁହନ୍ତି, ପ୍ରତ୍ୟେକ ଘଟଣାକୁ ନେଇ ଆଇନ ବ୍ୟବସ୍ଥା ରହିଥିବା ବେଳେ ପୋଲିସ ନିରପେକ୍ଷ ଭାବେ କାର୍ଯ୍ୟ କରୁଛି। ମମିତା ମେହେର ହତ୍ୟା ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଆଇନର ରକ୍ଷକଙ୍କ ଉପରେ ଏପରି ଅଶୋଭନୀୟ ଆଚରଣକୁ ସେ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri