‘କଳା,ସଂସ୍କୃତିର ପରିଚୟ ମୟୂରଭଞ୍ଜ ମହୋତ୍ସବ’

ବାରିପଦା ଅଫିସ,୧୯ା୧୧: ବଣ ଜଙ୍ଗଲ ପରିବେଷ୍ଟିତ ମୟୂରଭଞ୍ଜ ଜିଲା କଳା ଓ ସଂସ୍କୃତି ପାଇଁ ବିଶ୍ୱ ଦରବାରରେ ପ୍ରସିଦ୍ଧ। ଜିଲାର କୋଣ ଅନୁକୋଣରେ ଲୁଚି ରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବା ସହିତ ଏହାର ବିକାଶ ପାଇଁ ୫ବର୍ଷ ଧରି ପ୍ରୟାସ ଚାଲି ଆସୁଛି। ଜିଲା ତଥା ରାଜ୍ୟ ଓ ରାଜ୍ୟ ବାହାରୁ ଆଦିବାସୀ ନୃତ୍ୟ, ସଙ୍ଗୀତ ଓ ପରମ୍ପରାର ଝଲକ ପରିବେଷଣ ହେବା ସହିତ ନାମିଦାମୀ କଳାକାରମାନଙ୍କୁ ନେଇ ସପ୍ତାହ ବ୍ୟାପୀ ବାରିପଦା ସ୍ଥିତ ଐତିହାସିକ ଛଉ ପଡ଼ିଆରେ ମୟୂରଭଞ୍ଜ ମହୋତ୍ସବ ଅନୁଷ୍ଠିତ ହେବ। ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ମଞ୍ଚ ଦୁଲୁକିବ। ଏ ନେଇ ସହର ଉତ୍ସବ ମୁଖରିତ ହୋଇ ପଡୁଥିବା ବେଳେ ମହୋତ୍ସବ କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆଗେଇ ଚାଲିଛି ।
ଚଳିତ ବର୍ଷ ମହୋତ୍ସବର ମୁଖ୍ୟ ଆକର୍ଷଣ ରହିଛି ଦେବକୁଣ୍ଡ ପର୍ଯ୍ୟଟନ ସ୍ଥଳୀ। କାଚକେନ୍ଦୁ ପାଣିରେ ସୂର୍ଯ୍ୟଙ୍କ ସୁନେଲୀ କିରଣ ପଡ଼ି ଝଲମଲ କରୁଥିବା ମନଲୋଭା ଦୃଶ୍ୟକୁ ତୋରଣ ମାଧ୍ୟମରେ ସ୍ଥାନିତ କରାଯାଇଛି। ଏହି ମହୋତ୍ସବ ଆସନ୍ତା ୨୦ତାରିଖରୁ ଆରମ୍ଭ ହୋଇ ୨୭ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଆଦିବାସୀ ପରମ୍ପରାକୁ ନେଇ ଦୁଇ ଦିନ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରଖାଯାଇଛି। ଜିଲାର ସାନ୍ତାଳୀ କଳାକାରଙ୍କ ସମେତ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ ଓ ଆସାମର ସାନ୍ତାଳୀ କଳାକାର ନିଜ କଳା ମାଧ୍ୟମରେ ଜିଲାବାସୀଙ୍କୁ ବିମୋହିତ କରିବେ। ସେହିଭଳି ଜିଲାର ଝୁମର କଳାକାରଙ୍କ ସମେତ ପ୍ରତିଷ୍ଠିତ ଗାୟିକା ଉର୍ମିଳା ମହାନ୍ତଙ୍କ ସ୍ବର ଓ ତାଳରେ ଦର୍ଶକମାନେ ଝୁମିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଆ ସିନେ ତାରକା ଉତ୍ତମ ମହାନ୍ତି, ବାବୁସାନ, ଅସିତ ପତି, ପପୁ ପମପମ, ସ୍ବରାଜ ବାରିକ, ସନମିରା, ଅନିମେଶ ଘୋଷ, ଗାୟକ ମଣ୍ଟୁ ଛୁରିଆ, ସ୍ବୟଂ ପାଢୀ, ଅର୍ପିତା ଚୌଧୁରୀଙ୍କୁ ନେଇ ପ୍ରତିଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଉସତ୍ବରେ ଜିଲାର ହସ୍ତଶିଳ୍ପଠାରୁ ଆରମ୍ଭ କରି କୁଟୀର ଶିଳ୍ପ, ଖେଳନାରୁ ଆରମ୍ଭ କରି ପୋଷାକ ଓ ଘରୋଇ ଉପକରଣ ଏବଂ ପାରମ୍ପରିକ ଖାଦ୍ୟ ସହ ମୁଢି ମାଂସର ମଜା ଉଠାଇ ପାରିବେ ଦର୍ଶକ। ୧୫୦ରୁ ଊର୍ଦ୍ଧ୍ୱ ଷ୍ଟଲ ଖୋଲିବା ନେଇ ବ୍ୟବସ୍ଥା କରାଯାଇଥିବା ବେଳେ ପ୍ରତିଦିନ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମୟୂରଭଞ୍ଜ ମହୋତ୍ସବ ଆୟୋଜକ କମିଟି ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ଖବରଦାତା ସମ୍ମିଳନୀରେ ସଭାପତି ଅସିତ ପତି, କାର୍ଯ୍ୟକାରୀ ସଭାପତି ସଞ୍ଜୀବ ଦ୍ୱିବେଦୀ, ସମ୍ପାଦକ କଳିଙ୍ଗ କେଶରୀ ଜେନା, ବିପ୍ଳବ ଭଞ୍ଜନ ବୁଗୁଡେଇ, ଉମେଶ ପଟ୍ଟନାୟକ, ପ୍ରସନ୍ନ ମହାପାତ୍ର, ଲଡୁ କିଶୋର ରଣା, ସୁଜିତ ମହାନ୍ତି, ସତ୍ୟଜିତ ସୋମ, ତାପସ କୁମାର ପାଢୀଙ୍କ ସମେତ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri