୧୦ ବର୍ଷୀୟା ନାବାଳିକାକୁ ଗଣବଳାତ୍କାର: ଭିଣୋଇ ସମେତ ତିନି ଅଭିଯୁକ୍ତ ଗିରଫ

ଉଦଳା, ୭।୮(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲାର ଖୁଣ୍ଟା ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ନାବାଳିକାଙ୍କ ଭିଣୋଇ, ଜଣେ ନାବାଳକ ଏବଂ ଅନ୍ୟ ଜଣେ ଯୁବକ ଅଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ଗତ ଏକ ମାସ ମଧ୍ୟରେ ଏହି ତିନି ଅଭିଯୁକ୍ତ ଭିନ୍ନ ଭିନ୍ନ ସମୟରେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଘଟଣାର ଦେଢ଼ ମାସ ପରେ ନାବାଳିକା ଅସୁସ୍ଥ ହେବାରୁ ବାରିପଦା ପିଆରଏମ ମେଡିକାଲରେ ଚିକିତ୍ସା ସମୟରେ ସେ ତାଙ୍କ ମାଆଙ୍କୁ ଏହି ଘଟଣା ବିଷୟରେ ଜଣାଇଥିଲେ। ଏହାପରେ ନାବାଳିକାଙ୍କ ମାଆ ଖୁଣ୍ଟା ଥାନାରେ ତିନୋଟି ଅଲଗା ଅଲଗା ଅଭିଯୋଗ ଦାୟର କରିଥିଲେ।

ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରି ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ତଦନ୍ତରୁ ଜଣାପଡ଼ିଛି ଯେ ନାବାଳିକାଙ୍କ ଭିଣୋଇ ତାଙ୍କୁ ନିଜ ଘରକୁ ନେଇ ବଳାତ୍କାର କରିଥିବା ସହ ପୂର୍ବରୁ ମଧ୍ୟ ଏଭଳି ଅପରାଧ କରିଥିଲେ। ଏହି ଘଟଣା ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି।

ପୋଲିସ ଏହି ମାମଲାରେ ଆଗକୁ ତଦନ୍ତ ଜାରି ରଖିଛି ଏବଂ ଅଭିଯୁକ୍ତମାନଙ୍କୁ ନ୍ୟାୟାଳୟରେ ହାଜର କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ବଜେଟରେ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ୍‌, କ୍ୟାନସର-ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ସଂସଦ ଆରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ତାଙ୍କର ଲଗାତାର ନବମ ବଜେଟ। ବଜେଟର ଏକ କପି…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ଯେବେ ପାକିସ୍ତାନ ପିଏମ ଆଗତ କରିଥିଲେ ଭାରତର ବଜେଟ, ଦେଶରେ ପଡିଥିଲା ଚହଳ!

ନୂଆଦିଲ୍ଲୀ,୧।୨: ଭାରତୀୟ ଇତିହାସର ଏକ ଆକର୍ଷଣୀୟ ଘଟଣା ଯାହା ପ୍ରଥମ ଥର ପାଇଁ ଶୁଣିଲେ ଯେକୌଣସି ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟ କରିପାରେ। ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାରତର ବଜେଟ ଉପସ୍ଥାପନ…

Budget 2026: ଅର୍ଥମନ୍ତ୍ରୀଙ୍କ ‘କର୍ତ୍ତବ୍ୟ ମନ୍ତ୍ର’; ଫୋକସରେ ଗରିବ, ଅବହେଳିତ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। କର୍ତ୍ତବ୍ୟ ଭବନରେ ପ୍ରସ୍ତୁତ ଏହି ପ୍ରଥମ ବଜେଟରେ ସରକାର ଗରିବ,…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

Union Budget 2026-27: ଲୋକ ସଭାରେ ବଜେଟ ଭାଷଣ ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରୁଛନ୍ତି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ ନୂତନ…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

Budget 2026: ବଜେଟ ଉପସ୍ଥାପନ ପୂର୍ବରୁ ଚର୍ଚ୍ଚାରେ ନିର୍ମଳା ସୀତାରାମନ୍‌ଙ୍କ ବଜେଟ ଲୁକ୍‌, ଏଥର କଟ୍ଟମ କାଞ୍ଚିଭରମ

ନୂଆଦିଲ୍ଲୀ,୧।୨: ପ୍ରତିବର୍ଷ ବଜେଟରେ ଦେଶର ଧ୍ୟାନ କେବଳ ଆର୍ଥିକ ତଥ୍ୟ ଉପରେ ନୁହେଁ ବରଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ପାରମ୍ପରିକ ପୋଷାକ ଉପରେ ମଧ୍ୟ କେନ୍ଦ୍ରିତ ହୁଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri