ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ପାହାଡ଼ପୁର ଆସିଛନ୍ତି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଭାଜପା ସରକାର ୨ ବର୍ଷ ପୂରଣ କରିଛି। ଏହି ୨ ବର୍ଷରେ ମହାପୁରୁଷଙ୍କ ସ୍ବପ୍ନ ପୂରଣ ପାଇଁ ପ୍ରଶଂସନୀୟ ଉଦ୍ୟମ କରିଛନ୍ତି। ରାଷ୍ଟ୍ରପତିଙ୍କୁ ଆଜିର ଜନ୍ମଦିନ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି, ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ। ରାଷ୍ଟ୍ରପତିଙ୍କ ଗାଁକୁ ଆସି ଶୁଭକାମନା ଜଣାଇବାର ସୁଯୋଗ ମିଳିଛି। ରାଷ୍ଟ୍ରପତି ନିଜେ କରିଥିବା ସ୍କୁଲ ଯାଇ ପିଲାଙ୍କ ସହ ମିଶି ବହୁତ ଖୁସି ଲାଗୁଛି ବୋଲି କହିଛନ୍ତି।
ପାହାଡ଼ପୁରକୁ ‘ସୂର୍ଯ୍ୟଗ୍ରାମ’ ଭାବେ ତିଆରିର ପ୍ରତିଶ୍ରୁତି ଦେଉଛି। ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ, ଲୋକେ ମାଗଣା ସେବା ପାଇବେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ବିକାଶ ଦ୍ରୁତଗତିରେ ବଢ଼ୁଛି। ସବୁ କ୍ଷେତ୍ରରେ ଓଡ଼ିଶାର ବିକାଶ ପାଇଁ ପୁଞ୍ଜି ଆସି ଚାଲିଛି ବୋଲି କହିଛନ୍ତି।