ମୟୂରଭଞ୍ଜ କଳା,ସଂସ୍କୃତି ପ୍ରେରଣା ଦିଏ

ବାରିପଦା ଅଫିସ, ୭।୧୨:  ମୟୂରଭଞ୍ଜ ସାଂସ୍କୃତିକ ବିକାଶ ଅନୁଷ୍ଠାନ ଓ ଜିଲା ପ୍ରଶାସନର ମିଳିତ ସହଯୋଗରେ ଦ୍ୱିତୀୟ ଶିଶୁ କଳା ମହୋତ୍ସବ ବାରିପଦା ଶହୀଦ ସ୍ମୃତିଭବନ ପରିସରରେ ଆୟୋଜିତ ହୋଇଯାଇଛି। ପଦ୍ମଭୂଷଣ ଯତୀନ ଦାସଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ଏହି ମହୋତ୍ସବରେ ଜିଲାର କୋଣ ଅନୁକୋଣରୁ ୭୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରି ମାନପତ୍ର ଓ ଉପହାର ଗ୍ରହଣ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ସାମାଜିକ କର୍ମୀ ଲଲାଟେନ୍ଦୁ ରଥ ଯୋଗଦେଇ ମୟୂରଭଞ୍ଜର କଳା ସଂସ୍କୃତି ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ ନାଟ୍ୟ ନିର୍ଦ୍ଦେଶକ ଧୀର ବସା ଯୋଗ ଦେଇଥିଲେ।
ଖବରଦାତା ବୀରେନ୍ଦ୍ର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ମହୋତ୍ସବ ଆୟୋଜିତ ହୋଇଥିଲା। ରଞ୍ଜନ କୁମାର ମହାନ୍ତି, ତଥାଗତ ଉପାଧ୍ୟାୟ, ସୁଶ୍ରୀ ମହାନ୍ତି, ଡ.ମୀନତି ମଲ୍ଲିକ, ରେଣୁବାଳା ରଥ, ସୁନୀତ ପୁରୀ, ସୋନାଲିକା ମହାପାତ୍ର, ନିବେଦିତା ମହାନ୍ତ, ସୋନାଲୀ ମୁର୍ମୁ, ଅନିମା ମିଶ୍ର, ଦୀପକ ମୁର୍ମୁ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ହସ୍ତକଳା ପ୍ରଦର୍ଶନୀ ଓ ୩ଜଣ ଚିତ୍ରଶିଳ୍ପୀ, କଲ୍ୟାଣ ବାରିକ, ମାନସ ପତି ଓ ମହେନ୍ଦ୍ର ଦଣ୍ଡପାଟଙ୍କ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ମୟୂରଭଞ୍ଜର କଳା ଓ ସଂସ୍କୃତିର ପୁରୋଧାମାନଙ୍କୁ ମଞ୍ଚରେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri