ମୟୂରଭଞ୍ଜ କଳା,ସଂସ୍କୃତି ପ୍ରେରଣା ଦିଏ

ବାରିପଦା ଅଫିସ, ୭।୧୨:  ମୟୂରଭଞ୍ଜ ସାଂସ୍କୃତିକ ବିକାଶ ଅନୁଷ୍ଠାନ ଓ ଜିଲା ପ୍ରଶାସନର ମିଳିତ ସହଯୋଗରେ ଦ୍ୱିତୀୟ ଶିଶୁ କଳା ମହୋତ୍ସବ ବାରିପଦା ଶହୀଦ ସ୍ମୃତିଭବନ ପରିସରରେ ଆୟୋଜିତ ହୋଇଯାଇଛି। ପଦ୍ମଭୂଷଣ ଯତୀନ ଦାସଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ଏହି ମହୋତ୍ସବରେ ଜିଲାର କୋଣ ଅନୁକୋଣରୁ ୭୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରି ମାନପତ୍ର ଓ ଉପହାର ଗ୍ରହଣ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ସାମାଜିକ କର୍ମୀ ଲଲାଟେନ୍ଦୁ ରଥ ଯୋଗଦେଇ ମୟୂରଭଞ୍ଜର କଳା ସଂସ୍କୃତି ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ ନାଟ୍ୟ ନିର୍ଦ୍ଦେଶକ ଧୀର ବସା ଯୋଗ ଦେଇଥିଲେ।
ଖବରଦାତା ବୀରେନ୍ଦ୍ର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ମହୋତ୍ସବ ଆୟୋଜିତ ହୋଇଥିଲା। ରଞ୍ଜନ କୁମାର ମହାନ୍ତି, ତଥାଗତ ଉପାଧ୍ୟାୟ, ସୁଶ୍ରୀ ମହାନ୍ତି, ଡ.ମୀନତି ମଲ୍ଲିକ, ରେଣୁବାଳା ରଥ, ସୁନୀତ ପୁରୀ, ସୋନାଲିକା ମହାପାତ୍ର, ନିବେଦିତା ମହାନ୍ତ, ସୋନାଲୀ ମୁର୍ମୁ, ଅନିମା ମିଶ୍ର, ଦୀପକ ମୁର୍ମୁ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ହସ୍ତକଳା ପ୍ରଦର୍ଶନୀ ଓ ୩ଜଣ ଚିତ୍ରଶିଳ୍ପୀ, କଲ୍ୟାଣ ବାରିକ, ମାନସ ପତି ଓ ମହେନ୍ଦ୍ର ଦଣ୍ଡପାଟଙ୍କ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ମୟୂରଭଞ୍ଜର କଳା ଓ ସଂସ୍କୃତିର ପୁରୋଧାମାନଙ୍କୁ ମଞ୍ଚରେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri