୨୫ରେ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ଜିଲା ଭାଜପା (ପୂର୍ବ) ସଭାପତି କାନ୍ଦରା ସୋରେନ ଏ ସମ୍ପର୍କରେ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଗଣତନ୍ତ୍ରରେ ଅଧିକାର ସାବ୍ୟସ୍ତ କରିବାକୁ ଯାଇଥିବା କର୍ମୀଙ୍କୁ ବିଜେଡି କର୍ମକର୍ତ୍ତାମାନେ ମାଡ଼ ମାରିବା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ସରକାରୀ କାର୍ଯ୍ୟକ୍ରମରେ ଅପମାନିତ କରିବା ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି। କଳାପତାକା ପ୍ରଦର୍ଶନକାରୀମାନଙ୍କୁ ପୋଲିସ ଉପସ୍ଥିତିରେ ମାଡ଼ ମରାଯାଇଥିବା ବେଳେ ଏଥିରେ ଜଡ଼ିତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରା ନ ଯିବା ଅତ୍ୟନ୍ତ ନିନ୍ଦନୀୟ ବୋଲି ବଡ଼ସାହି ବିଧାୟକ ସନାତନ ବିଜୁଳି କହିଛନ୍ତି। ମାଡ଼ ମାରୁଥିବା ବିଜେଡି କର୍ମୀମାନଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ସତ୍ତ୍ୱେ ପୋଲିସ ସେମାନଙ୍କୁ ଜାଣିଶୁଣି ଗିରଫ କରୁନାହିଁ। ସେହିପରି ପିଆର୍‌ଏମ୍‌ ମେଡିକାଲରେ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା, ଆୟୁର୍ବେଦ ମହାବିଦ୍ୟାଳୟକୁ ପୁନଃ କାର୍ଯ୍ୟକ୍ଷମ, ବାରିପଦା ସହରକୁ ବନ୍ୟା ଦାଉରୁ ରକ୍ଷା ପାଇଁ ବୁଢ଼ାବଳଙ୍ଗ ନଦୀରେ ଆଡ଼ିବନ୍ଧ ନିର୍ମାଣ, ଛଉ ଏକାଡେମୀ ପ୍ରତିଷ୍ଠା, ବନ୍ଦ ପଡ଼ିଥିବା କାରଖାନାଗୁଡ଼ିକ ପ୍ରଚଳନ, ଭୂମିହୀନମାନଙ୍କୁ ପଟ୍ଟା ଯୋଗାଇବା, ଗଣବଳାତ୍କାରରେ ସମ୍ପୃକ୍ତ ଥିବା ରରୁଅଁା ଅଞ୍ଚଳର ଅଭିଯୁକ୍ତମାନଙ୍କୁ ଗିରଫ, ମମିତା ମେହେର ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଆଦି ୧୬ ଦଫା ଦାବି ନେଇ ଭାଜପା ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri