୨୫ରେ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ଜିଲା ଭାଜପା (ପୂର୍ବ) ସଭାପତି କାନ୍ଦରା ସୋରେନ ଏ ସମ୍ପର୍କରେ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଗଣତନ୍ତ୍ରରେ ଅଧିକାର ସାବ୍ୟସ୍ତ କରିବାକୁ ଯାଇଥିବା କର୍ମୀଙ୍କୁ ବିଜେଡି କର୍ମକର୍ତ୍ତାମାନେ ମାଡ଼ ମାରିବା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ସରକାରୀ କାର୍ଯ୍ୟକ୍ରମରେ ଅପମାନିତ କରିବା ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି। କଳାପତାକା ପ୍ରଦର୍ଶନକାରୀମାନଙ୍କୁ ପୋଲିସ ଉପସ୍ଥିତିରେ ମାଡ଼ ମରାଯାଇଥିବା ବେଳେ ଏଥିରେ ଜଡ଼ିତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରା ନ ଯିବା ଅତ୍ୟନ୍ତ ନିନ୍ଦନୀୟ ବୋଲି ବଡ଼ସାହି ବିଧାୟକ ସନାତନ ବିଜୁଳି କହିଛନ୍ତି। ମାଡ଼ ମାରୁଥିବା ବିଜେଡି କର୍ମୀମାନଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ସତ୍ତ୍ୱେ ପୋଲିସ ସେମାନଙ୍କୁ ଜାଣିଶୁଣି ଗିରଫ କରୁନାହିଁ। ସେହିପରି ପିଆର୍‌ଏମ୍‌ ମେଡିକାଲରେ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା, ଆୟୁର୍ବେଦ ମହାବିଦ୍ୟାଳୟକୁ ପୁନଃ କାର୍ଯ୍ୟକ୍ଷମ, ବାରିପଦା ସହରକୁ ବନ୍ୟା ଦାଉରୁ ରକ୍ଷା ପାଇଁ ବୁଢ଼ାବଳଙ୍ଗ ନଦୀରେ ଆଡ଼ିବନ୍ଧ ନିର୍ମାଣ, ଛଉ ଏକାଡେମୀ ପ୍ରତିଷ୍ଠା, ବନ୍ଦ ପଡ଼ିଥିବା କାରଖାନାଗୁଡ଼ିକ ପ୍ରଚଳନ, ଭୂମିହୀନମାନଙ୍କୁ ପଟ୍ଟା ଯୋଗାଇବା, ଗଣବଳାତ୍କାରରେ ସମ୍ପୃକ୍ତ ଥିବା ରରୁଅଁା ଅଞ୍ଚଳର ଅଭିଯୁକ୍ତମାନଙ୍କୁ ଗିରଫ, ମମିତା ମେହେର ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଆଦି ୧୬ ଦଫା ଦାବି ନେଇ ଭାଜପା ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri