ମ୍ୟାଜିକ୍‌ କରିବ ମୟୂରଭଞ୍ଜ: ପାଣ୍ଡିଆନ

ଭୁବନେଶ୍ୱର(ଅନିଲ ଦାସ)/ ବାରିପଦା (ନୀଳାଦ୍ରି ଦଣ୍ଡପାଟ), ୨୦।୧୨: ବିରୋଧୀଙ୍କୁ ଆଦୌ ଟାର୍ଗେଟ ନ କରି ମୟୂରଭଞ୍ଜରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଦୁଇ ଚାରିଟି ଶବ୍ଦରେ ଜିଣିନେଲେ ମୟୂରଭଞ୍ଜବାସୀଙ୍କ ମନ। ଏ ସରକାର ବିଜେଡି ସରକାର ନୁହେଁ, ଏହା ଆପଣମାନଙ୍କର ସରକାର, ଲୋକଙ୍କ ସରକାର। ଆପଣମାନେ ଯେତେବେଳେ ଯାହା ଚାହିଁବେ, ଏ ସରକାର ତାହା କରିବ। ସମଗ୍ର ଓଡ଼ିଶାବାସୀ ନବୀନଙ୍କ ପରିବାର, ବିଜୁ ପରିବାର। ମଙ୍ଗଳବାର ବାରିପଦା ଛଉ ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଉଦ୍‌ବୋଧନ ଦେବାବେଳେ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ ଏହା କହିଛନ୍ତି। ସେ କହିଛନ୍ତି ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଲୋକଙ୍କ ଆସ୍ଥା, ବିଶ୍ୱାସ ଅଧିକ ଦୃଢ଼ ହୋଇଛି। ନିଜ ଅଭିଭାଷଣରେ ସେ ମୁଖ୍ୟମନ୍ତ୍ରୀଙ୍କୁ ତୁଙ୍ଗ ଜନନାୟକ କହିବା ସହ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ସମର୍ପଣ ବିଭିନ୍ନ ଉଦାହରଣ ସୃଷ୍ଟି କରିଛି। ଜିଲାର ୫୬ ଜିଲା ପରିଷଦ ଆସନରୁ ୫୩ରେ ଜିତି ମ୍ୟାଜିକ୍‌ କରିଛି ମୟୂରଭଞ୍ଜ। ଆଗାମୀ ଦିନରେ ଏକାଠି କାମକଲେ ୫୬ରୁ ୫୬ ଭଳି ମ୍ୟାଜିକ୍‌ ହେବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
୭୭ ବର୍ଷ ବୟସରେ ମଧ୍ୟ ଚଳଚଞ୍ଚଳ ମୁଖ୍ୟମନ୍ତ୍ରୀ ଲୋକ କଲ୍ୟାଣ ପାଇଁ ଅହରହ ପରିଶ୍ରମ କରୁଛନ୍ତି। ତାଙ୍କୁ ସବୁବେଳେ ଦେଖି ସେ ନିଜେ ପ୍ରେରଣା ପାଇଛନ୍ତି ବୋଲି ପାଣ୍ଡିଆନ କହିଛନ୍ତି। ଓଡ଼ିଶା କିଭଳି ନୂଆ ଓଡ଼ିଶା ଆଡ଼କୁ ଅଗ୍ରସର ହେଉଛି ସେ ସମ୍ପର୍କରେ ଉଦାହରଣ ଦେଇ ସେ ପରୋକ୍ଷରେ ବିକାଶ ବିରୋଧୀଙ୍କୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଏହା ଯଦି ରୂପାନ୍ତରଣ ନୁହେଁ, ଏହା ଯଦି ନୂଆ ଓଡ଼ିଶାର ଯାତ୍ରା ନୁହେଁ, ତାହାହେଲେ ଆଉ କ’ଣ। ପ୍ରତି ପଞ୍ଚାୟତରୁ ବସ୍‌ ଗଡ଼ିବା ପାଇଁ ହୋଇଥିବା ଲକ୍ଷ୍ମୀ ଯୋଜନାଠୁ ଆରମ୍ଭ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ୫-ଟି ଅଧୀନରେ ସ୍କୁଲ ଓ କଲେଜର ରୂପାନ୍ତରଣ ପ୍ରସଙ୍ଗରେ ପାଣ୍ଡିଆନ ଉତ୍‌ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗରିବରୁ ଗରିବତମ ଲୋକଙ୍କୁ ଏଭଳି ସଶକ୍ତ କରିଛନ୍ତି ଯେ ସେମାନେ ଆଜି ନିଜ ସନ୍ତାନଙ୍କୁ ଡାକ୍ତର, ଇଞ୍ଜିନିୟର ଭଳି ବଡ଼ ବଡ଼ ବୃତ୍ତିିରେ ଦେଖିବା ସ୍ବପ୍ନକୁ ସାକାର କରିପାରୁଛନ୍ତି ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆମ ଗୁରୁ ଓ ବାପା ଭଳି। ସେ ହେଉଛନ୍ତି ସମଗ୍ର ଓଡ଼ିଶାବାସୀଙ୍କ ପ୍ରେରଣା। ରାଜ୍ୟବାସୀଙ୍କ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ନିଜର ଭାଗ୍ୟ ବୋଲି ମନେକରନ୍ତି। ଏହି ଏକମାତ୍ର ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ କାର୍ଯ୍ୟ କରିଚାଲିଛନ୍ତି। ସେ ବିଜୁ ପଟ୍ଟନାୟକଙ୍କ ପୁଅ। ୫ ଥର ମୁଖ୍ୟମନ୍ତ୍ରୀ ହେଲେଣି। ୬ଷ୍ଠ ଥର ମୁଖ୍ୟମନ୍ତ୍ରୀ ହେଲେ ବି ଫରକ ପଡ଼ିବନି। କିନ୍ତୁ ତାଙ୍କର ଉଦ୍ଦେଶ୍ୟ ହେଉଛି ଭଲ ସରକାର ଓ ନୂଆ ଓଡ଼ିଶା ଗଠନ। ଏସବୁ ପାଇଁ ସେ ଜିଲାବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। ଛଉପଡ଼ିଆଠାରେ ଆୟୋଜିତ ସାଧାରଣ ସଭାକୁ ଉଦ୍‌ବୋଧନ ଦେବା ପୂର୍ବରୁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ ପାଣ୍ଡିଆନ ପିଲାଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ଏ ପ୍ରଶ୍ନ ପିଲାଙ୍କ ପାଇଁ ଯେତିକି ନ ଥିଲା, ରୂପାନ୍ତରଣକୁ ଦେଖିପାରୁ ନ ଥିବା ବିକାଶ ବିରୋଧୀଙ୍କ ପାଇଁ ଅଧିକ ଥିଲା। କେଉଁ ରାଜ୍ୟ ସମଗ୍ର ଭାରତବର୍ଷର କ୍ରୀଡ଼ା ରାଜଧାନୀ, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ କେଉଁ ରାଜ୍ୟକୁ ଜାତିସଂଘରୁ ସମ୍ମାନ ମିଳିଛି, କେଉଁ ରାଜ୍ୟ ଏବେ ବଳକା ରାଜ୍ୟ ଭାବେ ଖ୍ୟାତି ଅର୍ଜନ କରିଛି, କେଉଁ ଜିଲା ଦେଶର ଏକ ନମ୍ବର। ଏଭଳି କିଛି ପ୍ରଶ୍ନ ପିଲାମାନଙ୍କୁ ପଚାରିଥିଲେ ୫-ଟି ଅଧ୍ୟକ୍ଷ। ପିଲାମାନେ ଉଚ୍ଚ ସ୍ବରରେ ଏସବୁର ଉତ୍ତର ଯଥାକ୍ରମେ ଓଡ଼ିଶା ଓ ମୟୂରଭଞ୍ଜ ବୋଲି ଦେଇଥିଲେ। ପାଣ୍ଡିଆନଙ୍କ ମୟୂରଭଞ୍ଜ ଗସ୍ତ ବେଳେ ତାଙ୍କୁ ମିଳିଥିଲା ଉଚ୍ଛ୍ବସିତ ସମ୍ବର୍ଦ୍ଧନା। ହଜାର ହଜାର ଲୋକ ସ୍ଲୋଗାନ ଦେବା ବେଳେ ତାଙ୍କ ସହ ସ୍ବର ମିଳାଇ କହିଥିଲେ, ଆମ ଓଡ଼ିଶା-ନବୀନ ଓଡ଼ିଶା, ଆମ ନେତା-ନବୀନ ପଟ୍ଟନାୟକ। ଏହି ସଭାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ, ମୋରଡ଼ା ବିଧାୟକ ରାଜ କିଶୋର ଦାସ, ମୟୂରଭଞ୍ଜ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷ ଦେବାଶିଷ ମାର୍ଣ୍ଡି, ବାରିପଦା ପୌର ପରିଷଦ ଅଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri